ଚେକିଂ ଢିଲା,ସୁଧୁରୁନି ବ୍ୟବସ୍ଥା

ବାରିପଦା ଅଫିସ, ୬ା୩- ୨ଟି ପର୍ଯ୍ୟାୟରେ ରାଜ୍ୟ ସରକାର ସଂଶୋଧିତ ମୋଟର ଯାନ ଆଇନକୁ ୬ ମାସ କୋହଳ କରିଥିଲେ। ଗତ ରବିବାର କଣ୍ଟ ପୂରିଲା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ ପକ୍ଷରୁ ଗାଡ଼ି ଚେକିଂ କରାଯାଇଥିଲା। ୩ ଦିନ ଧରି ଚେକିଂ ହେବା ପରେ ବର୍ତ୍ତମାନ ଆଉ ଚେକିଂ କରାଯାଉନାହିଁ। ରବିବାର ୫୮, ସୋମବାର ୫୨ ଓ ମଙ୍ଗଳବାର ୫୦ ଜଣ ଚାଳକଙ୍କ ନାମରେ ଜରିମାନା ଚାଲାଣ କଟାଯାଇଥିଲା। ହେଲମେଟ ନ ପିନ୍ଧିବା, ମଦ୍ୟପାନ କରି ଗାଡ଼ି ଚଳାଇବା, ବିନା ଲାଇସେନ୍ସରେ ଗାଡ଼ି ଚଳାଇବା ଭଳି ବିଭିନ୍ନ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା। ତେବେ ୨ ଦିନ ହେଲା ଚେକିଂ କରାଯାଉ ନ ଥିବାରୁ ସମସ୍ତେ ସଡ଼କ ସୁରକ୍ଷା ନିୟମକୁ ଫୁ କରି ଉଡ଼ାଇ ଚାଲିଛନ୍ତି। ବାଇକ୍‌ ଚାଳକମାନେ ବିନା ହେଲ୍‌ମେଟରେ ଗାଡ଼ି ଚଳାଉଥିବାବେଳେ କାର ଡ୍ରାଇଭରମାନେ ନିୟମ ଉଲ୍ଲଂଘନ କରି ଚଳାଉଥିବା ଦେଖିବାକୁ ମିଳୁଛି। ସେହିଭଳି କେତେକ ବସ୍‌ ଓ ମିନି ବସ୍‌ର କାଗଜପତ୍ର ନ ଥିବା ବେଳେ ସେଗୁଡ଼ିକ ପ୍ରତିଦିନ ଚାଲୁଥିବା ମଧ୍ୟ ଜଣାପଡ଼ିଛି। ଟାଟା ମ୍ୟାଜିକ୍‌ (ବିଜୁ ଗାଁ ଗାଡ଼ି)ରେ ଲୋକମାନେ ଅସୁରକ୍ଷିତ ଭାବେ ଯାଉଥିବାର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳୁଛି। ବାଘେରା ରୋଡ଼, ପାଲବଣି ଗୋଲେଇ ଆଦି ଛକରେ ଯାତ୍ରୀମାନେ ପ୍ରତିଦିନ ଅସୁରକ୍ଷିତ ଭାବେ ଗାଡ଼ିରେ ଯାତ୍ରା କରୁଥିବା ଦେଖିବାକୁ ମିଳୁଛି। ଛକରେ ଟ୍ରାଫିକ ପୋଲିସ ଥିଲେ ମଧ୍ୟ କେହି ଏ ଦିଗରେ କୌଣସି ପଦକ୍ଷେପ ନେଉ ନାହାନ୍ତି। ଏ ନେଇ ଆରଟିଓ ଗୋପାଳ କୃଷ୍ଣ ଦାସ କୁହନ୍ତି ପୋଲିସ କର୍ମଚାରୀମାନେ ଆସି ନ ଥିବାରୁ ଚେକିଂ ହୋଇ ପାରି ନ ଥିଲା। ଆଗାମୀ ଦିନରେ ଚେକିଂ କଡ଼ାକଡ଼ି କରାଯିବ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?