ଚେକ ବାଉନ୍ସ ମାମଲା ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ, ୭ା୩-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମଏଫସି) ଯୁଧିଷ୍ଠିର ଦଳେଇ ଶୁକ୍ରବାର ଏକ ଚେକ୍‌ ବାଉନ୍ସ ମାମଲାର ବିଚାର କରି ଅଭିଯୁକ୍ତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ତତ୍କାଳୀନ ସେକ୍ସନ ଅଫିସର ଶେଷଦେବ ସାହୁଙ୍କୁ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ଆବେଦନକାରୀଙ୍କ ୧୦ ଲକ୍ଷ ଟଙ୍କା ଶେଷଦେବ ଫେରସ୍ତ କରିବେ ବୋଲି ରାୟରେ ଉଲ୍ଲେଖ କରିଛନ୍ତି । ଉକ୍ତ ଟଙ୍କା ଫେରସ୍ତ ନ କଲେ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବେ ବୋଲି ରାୟ ପ୍ରକାଶ ପାଇଛି।
ଗୋଷାଣୀ ନୂଆଗାଁ ଅଞ୍ଚଳରେ ରହୁଥିବା ଶେଷଦେବଙ୍କର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଅନନ୍ତନଗର ଦ୍ୱିତୀୟ ସାରଣୀରେ ରହୁଥିବା କୁନି ପଣ୍ଡାଙ୍କ ସହ ପାରିବାରିକ ସମ୍ପର୍କ ଥିଲା ା ଶେଷଦେବ ଏକ ଘର କିଣିବା ପାଇଁ କୁନିଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଧାର ନେଇଥିଲେ ା ଚୁକ୍ତି ମୁତାବକ ଶେଷଦେବ ଉକ୍ତ ଟଙ୍କା ଫେରସ୍ତ କରିନଥିଲେ ା ଶେଷରେ ସେ ୩ ଲକ୍ଷ ଲେଖାଏ ଦୁଇଟି ଓ ଗୋଟିଏ ୪ ଲକ୍ଷ ଟଙ୍କାର ଚେକ କୁନିଙ୍କୁ ଦେଇଥିଲେ। ୨୦୧୭ ମାର୍ଚ୍ଚ ୧୫ରେ କୁନି ଉକ୍ତ ଚେକଗୁଡ଼ିକୁ କୋର୍ଟପେଟାସ୍ଥିତ ଆନ୍ଧ୍ର ବ୍ୟାଙ୍କରେ ଜମା କରିବା ବେଳେ ତାହା ବାଉନ୍ସ ହୋଇଯାଇଥିଲା ା ପରେ ସେ ଓକିଲ ନୋଟିସ ପଠାଇଥିଲେ ା ୨୦୧୭ ଜୁଲାଇ ୧୪ରେ କୋର୍ଟରେ ୨୭୪/୧୭ ଏକ ୱାନସିସି ମାମଲା ଦାୟର କରିଥିଲେ ା ଏହି ମାମଲାର ଶୁଣାଣି ବେଳେ ୨ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜେଏମଏଫସି ଉପରୋକ୍ତ ରାୟ ଶୁଣାଇଛନ୍ତି ା ଆବେଦନକାରୀଙ୍କ ପକ୍ଷରୁ ଫକୀର ମୋହନ ପଟ୍ଟନାୟକ ଓ ମୁଦାଲାଙ୍କ ପକ୍ଷରୁ ରାଜକିଶୋର ପଲାଇ ମାମଲା ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri