Posted inଖେଳ

ଚେଜ୍‌ କରି ଜିତିବାରେ ଭାରତ ସର୍ବାଗ୍ରେ

ରାଜକୋଟ, ୯।୧୧- ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରେ ଚେଜ୍‌ କରି ବିଜୟ ହାସଲ କରିବାରେ ଭାରତୀୟ ଦଳ ରେକର୍ଡ କରିଛି। ଗୁରୁବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମରେ ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟ୍‌ରେ ସହଜ ବିଜୟ ଲାଭ କରିଥିଲା। ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୫୩ ରନ କରିଥିଲା। ଜବାବରେ କାମଚଳା ଅଧିନାୟକ ରୋହିତ୍‌ ଶର୍ମା (୮୫ ରନ, ୪୩ ବଲ୍‌, ୬ ଚୌକା, ୬ ଛକା)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ୧୫.୪ ଓଭରରେ ୨ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଏଥିସହ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରେ ଚେଜ୍‌ କରି ସର୍ବାଧିକ ମ୍ୟାଚ୍‌ ଜିତିଥିବା ଦେଶ ତାଲିକାରେ ଭାରତ ସର୍ବାଗ୍ରେ ରହିଛି। ୬୧ ମ୍ୟାଚ୍‌ରେ ଚେଜ୍‌ କରି ଭାରତ ୪୧ଟି ବିଜୟ ହାସଲ କରିଛି। ଏହିକ୍ରମରେ ଅଷ୍ଟ୍ରେଲିଆକୁ ପଛରେ ପକାଇ ଦେଇଛି ଭାରତ। ଅଷ୍ଟ୍ରେଲିଆ ୬୯ ମ୍ୟାଚ୍‌ରେ ଚେଜ୍‌ କରି ୪୦ ବିଜୟ ଲାଭ କରି ପୂର୍ବରୁ ଏହି ରେକର୍ଡର ଅଧିକାରୀ ରହିଥିଲା। ବିଶ୍ୱର ପୂର୍ବତନ ଏକ ନମ୍ବର ଦଳ ପାକିସ୍ତାନ ତାଲିକାର ୩ୟ ସ୍ଥାନରେ ରହିଛି। ପାକିସ୍ତାନ ୬୭ ମ୍ୟାଚ୍‌ରେ ଅନୁଧାବନ କରି ୩୬ରେ ଜିତିଛି। ସେହିଭଳି ଦକ୍ଷିଣ ଆଫ୍ରିକା ଓ ଇଂଲଣ୍ଡ ଉଭୟ ୨୮ ଲେଖାଏ ମ୍ୟାଚ୍‌ ଜିତି ତାଲିକାରେ ଯୁଗ୍ମ ଭାବେ ୪ର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri