Posted inଖେଳ

ଚେନ୍ନାଇନ ସହ ଡ୍ର’ ରଖିଲା ଓଡ଼ିଶା

ଚେନ୍ନାଇ, ୨୯।୧୧ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଗୁରୁବାର ନବାଗତ ଓଡ଼ିଶା ଏଫ୍‌ସି ଓ ଚେନ୍ନାଇନ ଏଫ୍‌ସି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ୨-୨ ଗୋଲରେ ଡ୍ର’ରେ ଶେଷ ହୋଇଛି। ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାର ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ଭାବେ ଶେଷ ହୋଇଥିଲା। ଦ୍ୱିତୀୟାର୍ଦ୍ଧରେ ହିଁ ଉଭୟ ଦଳ ୨ଟି ଲେଖାଏ ଗୋଲସ୍କୋର କରିଥିଲେ। ଘରୋଇ ଦଳର ନେରିଜୁସ ଭାଲସ୍କି ଡବଲ୍‌ ଗୋଲ୍‌ସ୍କୋର କରିଥିଲେ ମଧ୍ୟ ଚେନ୍ନାଇନକୁ ଜିତାଇପାରି ନ ଥିଲେ।
ତଥା ମ୍ୟାଚ୍‌ର ୫୧ତମ ମିନିଟ୍‌ରେ ଚେନ୍ନାଇନ ପକ୍ଷରୁ ଭାଲସ୍କି ପ୍ରଥମ ଗୋଲସ୍କୋର କରି ଦଳକୁ ୧-୦ ଗୋଲରେ ଅଗ୍ରଣୀ କରାଇଥିଲେ। ତେବେ ଏହି ଖୁସି ବେଶି ସମୟ ପର୍ଯ୍ୟନ୍ତ ରହି ନ ଥିଲା। ଏହାର ୩ ମିନିଟ୍‌ ପରେ ଓଡ଼ିଶା ଏଫ୍‌ସି ଗୋଲ ଶୁଝାଇବାରେ ସଫଳ ହୋଇଥିଲା। ମଧ୍ୟକ୍ରମ ଖେଳାଳି ନନ୍ଦ କୁମାରଙ୍କ କ୍ରସ ପାସ୍‌କୁ ଜିସ୍କୋ ହର୍ନାଣ୍ଡିଜ ଫ୍ଲିକ୍‌ କରି ଚେନ୍ନାଇନ ଗୋଲପୋଷ୍ଟକୁ ବଲ୍‌ ପଠାଇ ଦେଇଥିଲେ। ଫଳରେ ମ୍ୟାଚ୍‌ ୧-୧ ବରାବରସ୍ଥିତିକୁ ଆସିଥିଲା। ଏହାପରେ ୭୧ତମ ମିନିଟ୍‌ରେ ଚେନ୍ନାଇନର ଭାଲସ୍କି ବ୍ୟକ୍ତିଗତ ତଥା ଦଳ ପାଇଁ ୨ୟ ଗୋଲ କରିଥିଲେ। ଏଥର ମଧ୍ୟ ଓଡ଼ିଶା ଖେଳାଳି ପ୍ରତ୍ୟାବର୍ତ୍ତନ କରି ୧୧ ମିନିଟ୍‌ ପରେ ଗୋଲ ଶୁଝାଇ ଦେଇଥିଲେ। ଆଡ୍ରିଆନେ ସାନ୍ତାସଙ୍କ ଗୋଲବଳରେ ମ୍ୟାଚ୍‌କୁ ଓଡ଼ିଶା ୨-୨ସ୍ତରକୁ ଆଣିଥିଲା। ଏହାପରେ କୌଣସି ଗୋଲ ନ ହେବାରୁ ଉଭୟ ଦଳ ଏକ ପଏଣ୍ଟ ଲେଖାଏ ଭାଗ କରିଥିଲେ। ଓଡ଼ିଶା ଏଫ୍‌ସି ୬ଷ୍ଠ ମ୍ୟାଚ୍‌ରୁ ଗୋଟିଏ ବିଜୟ, ୨ ପରାଜୟ ଓ ୩ ଡ୍ର ସହ ୬ ପଏଣ୍ଟ ପାଇ ଟେବୁଲ ତାଲିକାର ୬ଷ୍ଠ ସ୍ଥାନରେ ରହିଛି। ଅପରପକ୍ଷରେ ଚେନ୍ନାଇନ ୬ ମ୍ୟାଚ୍‌ରୁ ୫ ପଏଣ୍ଟ ପାଇ ୧୦ ଦଳୀୟ ଟେବୁଲ ତାଲିକାର ୮ମ ସ୍ଥାନକୁ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

CWG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri