ଚେନ୍ନାଇ, ସୁରଟରୁ ଟ୍ରେନରେ ଆସିଲେ ୨୩୫୦ ପ୍ରବାସୀ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ.): ଚେନ୍ନାଇ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସି ସୋମବାର ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ଏଥିରେ ମୋଟ ୨୩୫୦ ଜଣ ପ୍ରବାସୀ ଓଡିଶା ଫେରିଛନ୍ତି। ସକାଳ ପ୍ରାୟ ୮ ଟା ୨୪ରେ ଚେନ୍ନାଇରୁ ଏକ ଟ୍ରେନ ୧୦୫୪ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଜଙ୍କ୍ସନ ଷ୍ଟେଶନରେ ପହଞ୍ଚିଥିଲା। ଏଥିରେ ଗଞ୍ଜାମ ଜିଲାର ୬୭୨ ଜଣ ଏବଂ ଅନ୍ୟ ୨୭ ଟି ଜିଲାର ପ୍ରବାସୀ ରହିଛନ୍ତି। ସେହିପରି ପୂର୍ବାହ୍ନ ୧୦ ଟା ୩୯ରେ ସୁରଟରୁ ଏକ ଟ୍ରେନ ୧୨୯୬ ପ୍ରବାସୀଙ୍କୁ ନେଇ ଜଗନ୍ନାଥପୁର ଜଙ୍କ୍ସନ ଷ୍ଟେଶନରେ ପହଞ୍ଚିଥିଲା ଏଥିରେ ଗଞ୍ଜାମ ଜିଲାର ୧୨୯୦, କନ୍ଧମାଳ ଜିଲାର ୪, ଖୋର୍ଦ୍ଧାର ୨ ଜଣ ରହଛନ୍ତି। ଥର୍ମାଲ ସ୍କ୍ରିନିଂ ପରେ ସେମାନଙ୍କୁ ବସ୍‌ ଯୋଗେ ନିଜ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଯାଇଛି। ସୋମବାର ସୁରଟରୁ ଆଉ ୨ଟି ଟ୍ରେନ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri