ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା

ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର କରୋନାକୁ ନେଇ ପ୍ରଶାସନର କଟକଣା ଯୋଗୁ କେହି ଭକ୍ତ ମା’ଙ୍କ ଦର୍ଶନ ଲାଗି ଆସି ନ ଥିବା ଜଣାପଡ଼ିଛି। ମନ୍ଦିର ନିର୍ବାହୀ ଅଧିକାରୀ ଟି.କେ. ରେଡିଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣା ଓ ଅନ୍ୟ ସେବାୟତ ରାତ୍ର ସାଢ଼େ ୩ଟାରୁ ପରମ୍ପରା ଅନୁସାରେ ପୂଜାର୍ଚ୍ଚନା କରିଛନ୍ତି। କରୋନାକୁ ବିଶ୍ବରୁ ସମ୍ପୂର୍ଣ୍ଣ ଦୂରକରି ବିଶ୍ୱବାସୀଙ୍କୁ ରକ୍ଷା କରିବା ଲାଗି ମା’ଙ୍କ ପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ପବିତ୍ର ଋଷିକୁଲ୍ୟା ନଦୀରୁ ୧୦୮ ମାଠିଆ ଜଳ ଆଣି ମା’ ତାରାତାରିଣୀଙ୍କୁ ହରିଦ୍ରା ସ୍ନାନ କରାଇବା ସହ ଶୋଡ଼ଶ ଉପଚାରକରି ଦୁଇ ଭଉଣୀଙ୍କୁ ମା’ ଶୀତଳା ବେଶରେ ସଜ୍ଜିତ କରାଯାଇଛି। ସକାଳ ୬ଟା ୪୫ମି. ରେ ସାହାଣମେଲା ହୋଇଥିଲା। ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ମାଜିଷ୍ଟ୍ରେଟ ଦାୟିତ୍ୱରେ ଉପସ୍ଥିତ ରହିଥିବା ବେଳେ ଅତିରିକ୍ତ ତହସିଲଦାର ଜନ୍ମେଞ୍ଜୟ ସାହୁୁ, ଶୋଭନ କୁୁମାର ବେହେରା, ଏସ୍‌ଡିପିଓ ସୀମା ସ୍ବାଇଁ, ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ସହ ପୋଲିସ ଫୋର୍ସ ମୁତୟନ ରହି ଚତୁର୍ଦିଗକୁ ଜଗିରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?