ଚୋରକୁ ପିଟି ହତ୍ୟା , ୫ଗିରଫ

ବାରିପଦା ଅଫିସ/ବେତନଟୀ,୨୫ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଦହିକୁଟି ପଞ୍ଚାୟତ ଅନ୍ତର୍ଗତ ଖମାରି ଗ୍ରାମର କେତେକ ଲୋକଙ୍କ ମାଡ଼ରେ ଜଣେ ଚୋରର ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ମାମଲା(ନଂ.୯୫/୨୦୨୦) ରୁଜୁ କରି ୫ ଜଣଙ୍କୁ ଗିରଫ କରିଛି। ମୃତକ ହେଲେ କ୍ରିଷ୍ଣା ବେହେରା ଓରଫ(କନ୍ଦା)। ତାଙ୍କ ଘର ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ରାଣୀବନ୍ଧ ନିକଟ ଛୁରିଣୀ ଗ୍ରାମରେ। ଗିରଫ ଅଭିଯୁକ୍ତ ଗିରିଶ ଚନ୍ଦ୍ର ପଣ୍ଡା, ଗୁଣନିଧି ମହାନ୍ତ, ଜନ୍ମେଞ୍ଜୟ ମହାନ୍ତ, ବାଇଧର ମହାନ୍ତ ଓ ଇମେଜ ମହାନ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯିବ ବୋଲି ଥାନା ଆଇଆଇସି ଅଶୋକ କୁମାର ନାୟକ କହିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ବୁଧବାର ବିଳମ୍ବିତ ରାତିରେ ମୃତ କ୍ରିଷ୍ଣା ବେତନଟୀ ଥାନା ଅଧୀନ ଖମାରି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ଚୋରି କରିବା ପାଇଁ ଯାଇଥିଲେ। ଗ୍ରାମବାସୀ ଧରି ପକାଇବା ପରେ ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ମାରି ବେତନଟୀ ପୋଲିସକୁ ଜଣାଇଥିଲେ। ଗୁରୁବାର ସକାଳେ ପୋଲିସ ଗ୍ରାମରେ ପହଞ୍ଚି କ୍ରିଷ୍ଣାଙ୍କୁ ଉଦ୍ଧାର କରି ପ୍ରଥମେ ବେତନଟୀ ଓ ପରେ ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ସାରେ ତାଙ୍କର ମୃତ୍ୟୁ ଘଟିିଥିଲା। ମୃତକଙ୍କ ମା’ ଶବ ଚି଼ହ୍ନଟ କରିବା ପରେ ପୋଲିସ ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri