ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍‌ ସହ ୨୦ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍‌କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝୀ ସୁଚନା ଦେଇଛନ୍ତି । ଗିରଫ ବ୍ୟକ୍ତି ହେଲେ ଗେଗୁ ମଲ୍ଲିକ(୩୬) ଏବଂ ଗୋବିନ୍ଦ ମଲ୍ଲିକ(୫୫) । ଗିରଫ ୨ଜଣଙ୍କ ଘର ବାଲିଗୁଡା ଥାନା ବୋରିକିଆ ଗ୍ରାମ ବୋଲି ପୋଲିସ କହିଛି। ତେବେ କାର୍‌ ଚାଳକ ଘଟଣା ସ୍ଥଳରୁ ଫେରାର୍‌ ହୋଇଯାଇଥିବା ବେଳେ ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ଆଇଆଇସି ମାଝୀ କହିଛନ୍ତି। ଏନେଇ ଥାନାରେ ମାମଲା (୪୦।୨୦)ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ପୋଲିସ କହିଛି ।

ପୋଲିସ ସୁତ୍ରରୁ ମିଳିଥିବା ସୂଚନାନୁଯାୟୀ, ବାଲିଗୁଡା ଥାନା ଅଞ୍ଚଳରୁ ଦାରିଙ୍ଗବାଡି ଦେଇ ଅନ୍ୟ ଜିଲାକୁ ଗଞ୍ଜେଇ ଚୋରା ଚାଳଣ କରାଯାଉଥିବା ନେଇ ପୋଲିସ ଖବର ପାଇଥିଲା। ପୋଲିସ ୫୯ନଂ ଜାତୀୟ ରାଜପଥର ସୁଲୁମାହାଠାରେ ବ୍ଳକିଂ କରି ଯାଞ୍ଚ କରିଥିଲା। ଆଇଆଇସିଙ୍କ ସମେତ ସବ୍‌୍‌ଇନ୍ସପେକ୍ଟର ଗୋପାଳକୃଷ୍ଣ ଆଗୁପାତ୍ର, ସୌମ୍ୟରଞ୍ଜନ ଜେନା ସଦଳବଳେ ଯାଞ୍ଚ କରୁଥିବା ବେଳେ କାର ନଂ( ଓଆର-୦୨ଏଚ-୫୫୬୭)କୁ ଅଟକାଇଥିଲେ। ପୋଲିସକୁ ଦେଖି ଚାଳକ ଘଟଣାସ୍ଥଳରୁ ଚମ୍ପଟ ମାଳିଥିବା ବେଳେ ଗଞ୍ଜେଇ ନେଇ ଯାଉଥିବା ଅନ୍ୟ ୨ଜଣଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri