ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍‌ ଜବତ

ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍‌ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି । ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟବସାୟୀ ଉକ୍ତ ଟ୍ରକ୍‌ରେ ଧାନ ବୋଝେଇ କରି ନେଉଥିଲେ। ଉକ୍ତ ଟ୍ରକ୍‌ ଜବତ କରାଯିବା ସହ ବସନ୍ତଙ୍କୁ ଯୋଗାଣ ବିଭାଗ ପକ୍ଷରୁ ପଚରାଉଚରା କରାଯାଉଛି।
ସମ୍ପୃକ୍ତ ବ୍ୟବସାୟୀ ବୋଦସା ଅଞ୍ଚଳର ଚାଷୀଙ୍କଠାରୁ ଶୁକ୍ରବାର (୧୪ଶହ ଟଙ୍କା) କମ୍‌ ମୂଲ୍ୟରେ ଧାନ କ୍ରୟ କରି ନେଉଥିଲେ। କୌଣସି ସୂତ୍ରରୁ ଖବର ପାଇ ଜିଲା ଯୋଗାଣ ଅଧିକାରୀ ଦେବବ୍ରତ ମହାପାତ୍ର, ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାଶ, ଖଣ୍ଡପଡା ବ୍ଲ୍ଳକ ଯୋଗାଣ ନିରୀକ୍ଷକ ଅନିତା ରାଉତରାୟ ପ୍ରମୁଖ ଅଚାନକ ଚଢାଉ କରିଥିଲେ। ମିନିଟ୍ରକ୍‌ରେ ବୋଝେଇ ହୋଇଥିବା ୬୭ ବସ୍ତା ଧାନ(୪୯କୁଇଣ୍ଟାଲ ୨୩ କିଲୋ)କୁ ଯୋଗାଣ ଅଧିକାରୀମାନେ ନୟାଗଡ ନିକଟସ୍ଥ ଶୁକଳଗାଡିଆ ମିଲ୍‌ ମାଲିକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି ା ଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ବସନ୍ତଙ୍କୁ ଯୋଗାଣ ବିଭାଗ ଅଧିକାରୀମାନେ ଅଧିକ ତଦନ୍ତ ପାଇଁ ପଚରାଉଚରା କରୁଥିବା ବିଭାଗୀୟ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri