ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍‌ ଜବତ

ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍‌ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି । ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟବସାୟୀ ଉକ୍ତ ଟ୍ରକ୍‌ରେ ଧାନ ବୋଝେଇ କରି ନେଉଥିଲେ। ଉକ୍ତ ଟ୍ରକ୍‌ ଜବତ କରାଯିବା ସହ ବସନ୍ତଙ୍କୁ ଯୋଗାଣ ବିଭାଗ ପକ୍ଷରୁ ପଚରାଉଚରା କରାଯାଉଛି।
ସମ୍ପୃକ୍ତ ବ୍ୟବସାୟୀ ବୋଦସା ଅଞ୍ଚଳର ଚାଷୀଙ୍କଠାରୁ ଶୁକ୍ରବାର (୧୪ଶହ ଟଙ୍କା) କମ୍‌ ମୂଲ୍ୟରେ ଧାନ କ୍ରୟ କରି ନେଉଥିଲେ। କୌଣସି ସୂତ୍ରରୁ ଖବର ପାଇ ଜିଲା ଯୋଗାଣ ଅଧିକାରୀ ଦେବବ୍ରତ ମହାପାତ୍ର, ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାଶ, ଖଣ୍ଡପଡା ବ୍ଲ୍ଳକ ଯୋଗାଣ ନିରୀକ୍ଷକ ଅନିତା ରାଉତରାୟ ପ୍ରମୁଖ ଅଚାନକ ଚଢାଉ କରିଥିଲେ। ମିନିଟ୍ରକ୍‌ରେ ବୋଝେଇ ହୋଇଥିବା ୬୭ ବସ୍ତା ଧାନ(୪୯କୁଇଣ୍ଟାଲ ୨୩ କିଲୋ)କୁ ଯୋଗାଣ ଅଧିକାରୀମାନେ ନୟାଗଡ ନିକଟସ୍ଥ ଶୁକଳଗାଡିଆ ମିଲ୍‌ ମାଲିକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି ା ଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ବସନ୍ତଙ୍କୁ ଯୋଗାଣ ବିଭାଗ ଅଧିକାରୀମାନେ ଅଧିକ ତଦନ୍ତ ପାଇଁ ପଚରାଉଚରା କରୁଥିବା ବିଭାଗୀୟ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri