ଚୋରାମଦ ବିକ୍ରିକୁ ମହିଳାଙ୍କ ବିରୋଧ

ପଦ୍ମପୁର, ୧୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତ କୁସୁନବିନ୍ଧା ଗ୍ରାମରେ ମଦବିରୋଧୀ ଅଭିଯାନ ଜୋର ଧରିଛି। ବୁଧବାର ସ୍ବୟଂସହାୟକ ଗୋଷ୍ଠୀର ସଭ୍ୟାମାନେ ଦୋକାନରେ ଚଢ଼ାଉ କରି ଚୋରା ମଦ ବିକ୍ରିକୁ ବିରୋଧ କରିଛନ୍ତି। ଗ୍ରାମର ଜଣେ ବ୍ୟକ୍ତି ଦୀର୍ଘଦିନ ଧରି ବାଲେଶ୍ୱର ଜିଲାରୁ ଚୋରାରେ ଦେଶୀମଦ ଆଣି ବିକ୍ରି କରୁଥିଲେ। ଫଳରେ ଗ୍ରାମର କିଶୋର, ଯୁବକମାନେ ମଦ ପିଇ ବିଭିନ୍ନ ପ୍ରକାର ଅସାମାଜିକ କାର୍ଯ୍ୟ କରିବା ସହ ମାର୍‌ପିଟ୍‌ କରୁଥିଲେ। ଗ୍ରାମରେ ଥିବା ୧୨ଟି ମହିଳା ସ୍ବୟଂସହାୟକ ଗୋଷ୍ଠୀର ଶତାଧିକ ସଭ୍ୟା ବାରମ୍ବାର ତାଙ୍କୁ ମଦ ବିକ୍ରି ନ କରିବାକୁ ବୁଝାଇଥିଲେ। ହେଲେ ସେ କାହାରି କଥା ନ ଶୁଣି ମଦବିକ୍ରି ଜାରି ରଖିଥିଲେ। ଶତାଧିକ ମହିଳା ବୁଧବାର ମଧ୍ୟାହ୍ନରେ ସେଠାରେ ପହଞ୍ଚି ସେ ବିକ୍ରି କରୁଥିବା ବେଳେ ୪ ଲିଟର ଦେଶୀମଦ ଓ ଗ୍ଲାସ ଛଡ଼ାଇ ଆଣିଥିଲେ। ଏହାକୁ ନେଇ ମଦ ବିକ୍ରେତା ମହିଳାମାନଙ୍କୁ ଗାଳିଗୁଲଜ କରିବା ସହ ଜୀବନରୁ ମାରି ଦେବା ପାଇଁ ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳାମାନେ ଏକାଠି ହୋଇ ଗ୍ରାମରେ ଚୋରାମଦ ବିକ୍ରି କରୁଥିବା ଦୁଇ ବ୍ୟକ୍ତିଙ୍କ ନାମରେ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଥିସହ ସେମାନେ ଜବତ କରିଥିବା ମଦକୁ ପୋଲିସ ଜିମା ଦେଇଛନ୍ତି। ଚୋରାମଦ ବିକ୍ରେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ମହିଳାମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ଏହି ମଦ ବିରୋଧୀ ଆନ୍ଦୋଳନରେ କୁସୁନବିନ୍ଧାର ମା’ ତାରିଣୀ, ମଙ୍ଗଳା, ଜଗନ୍ନାଥ, ପଶ୍ଚିମା, ଗାୟତ୍ରୀ, ଲକ୍ଷ୍ମୀ, କାଳିକା, ଆଙ୍କୁଡେଶ୍ୱରୀ, ଲକ୍ଷ୍ମୀ ଦଧିବାମନଜୀଉ, ଦୁର୍ଗା, ଶ୍ରୀଜଗନ୍ନାଥ ଆଦି ସ୍ବୟଂସହାୟକ ଗୋଷ୍ଠୀର ସଭ୍ୟା ସାମିଲ ଥିଲେ। ପ୍ରକାଶ ଯେ, ମହିଳାମାନେ ମଦ ଜବତ କରି ଅବକାରୀ ବିଭାଗ ଓ ଥାନାକୁ ଫୋନ ଯୋଗେ ଜଣାଇଥିଲେ ମଧ୍ୟ ଘଟଣାସ୍ଥଳରେ କେହି ପହଞ୍ଚି ନ ଥିଲେ। ଜିଲାରେ ଅବକାରୀ ବିଭାଗ ଚୋରାମଦ ବେପାରୀଙ୍କଠାରୁ ମାସିକିଆ ବଟି ନେଇ ଚୁପ୍‌ ହୋଇ ବସିଛି ବୋଲି ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri