ଚୋରାମଦ ରୋକିବାକୁ କଡ଼ା ପଦକ୍ଷେପ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ଅବକାରୀ ବିଭାଗ ପାଇଁ ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ୧୩୧,୨୪,୭୪,୦୦୦ ଟଙ୍କାର ଖର୍ଚ୍ଚ ଦାବିକୁ ମଞ୍ଜୁରୀ ମିଳିଛି। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ୧୯୯୯ରେ ଅବକାରୀ ବିଭାଗ ହୋଇଥିଲା। ସେତେବେଳେ ଏହି ବିଭାଗ ରାଜସ୍ବ ବିଭାଗ ସହ ରହିଥିଲା। ସରକାର ମଦର ପ୍ରସାର କରି କାହାରି କ୍ଷତି ପହଞ୍ଚାଇବା ପାଇଁ ଚାହୁଁନାହାନ୍ତି। ସୋମରସ ଗ୍ରହଣ କରିବା ପରମ୍ପରା ଅତୀତରୁ ରହିଆସିଛି। ଉତ୍ତମ ପାନୀୟ ଯୋଗାଇଦେବାକୁ ସରକାର ପ୍ରୟାସ କରୁଛନ୍ତି। କାହାରି ଶରୀର ଖରାପ ଉଦ୍ଦେଶ୍ୟ ରଖି କିମ୍ବା ରାଜସ୍ବ ବୃଦ୍ଧି ଉଦ୍ଦେଶ୍ୟରେ ସରକାର ମଦର ପ୍ରସାର କରୁନାହାନ୍ତି। ରାଜସ୍ବ ଆଦାୟ ୮୪୯ରୁ ଆସି ୩୯୨୫ କୋଟି ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଲାଣି। ଚଳିତ ଆର୍ଥିକ ବର୍ଷରେ ଏହା ୪,୬୦୦କୋଟି ଟଙ୍କାରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ରଖାଯାଇଛି। ବେଆଇନ ମଦ କାରବାର ଏବଂ ପ୍ରସ୍ତୁତି ରୋକିବା ଦିଗରେ ସରକାର ସଚେତନ ଅଛନ୍ତି। ମୋଟ ୫୪୫ଟି ଚୋରା ମଦରେ ସମ୍ପୃକ୍ତ ଘଟଣାରେ ୫୭୯ ଜଣଙ୍କୁ ପୋଲିସ ଗିରଫ କରିଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଏନଫୋର୍ସମେଣ୍ଟ ପ୍ରସ୍ତୁତ କରାଯାଇଛି। ଗୃହର ସଦସ୍ୟମାନେ ଯେଉଁସବୁ ଅଭିଯୋଗ ଆଣିଛନ୍ତି ସେନେଇ ବ୍ୟକ୍ତିଗତ ଭାବେ ଅଫିସର୍‌ଙ୍କ ସହ ଆଲୋଚନା କରାଯିବ। ଚୋରା ମଦ ରୋକିବା ସରକାରଙ୍କ ପ୍ରାଥମିକତା ରହିବ। ଏହାସହ ବିଧାୟକମାନଙ୍କ ଅଭିଯୋଗ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ଜିଲା ସ୍ତରରେ ମଲ୍‌ଟି ଡିସିପ୍ଲିନ ସ୍କ୍ବାଡ୍‌ ଗଠନ ହେବ। ଏହି ସ୍କ୍ବାଡ୍‌ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠନ ହେବ। ଏଥିରେ ଏସ୍‌ପି ଏବଂ ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ ରହିବେ। ଲୋକଙ୍କୁ ସ୍ବଚ୍ଛ ପାନୀୟଜଳ ଯୋଗାଇବା ସରକାରଙ୍କ ମୂଳ ଲକ୍ଷ୍ୟ। ୨୦ ଜିଲାରେ ମହୁଲି ବିକ୍ରି ଅଧିକ ମାତ୍ରାରେ ରହୁଛି। ଆଦିବାସୀମାନେ ମହୁଲି ଫୁଲ ବିକ୍ରି କରିବା ସାଙ୍ଗକୁ ଏଥିରୁ ମହୁଲି ରସ ପାନ କରୁଛନ୍ତି। ରାଜ୍ୟରେ ୧୧୫୪ଟି ଠିପି ଖୋଲା ମଦ ଦୋକାନ ରହିଛି। ବହୁ ସ୍ଥାନରେ ଗଞ୍ଜେଇ ଗଛକୁ ନଷ୍ଟ କରିଦିଆଯାଇଛି। ୨୦୧୮-୧୯ରେ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୨୪୯.୧୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଦିଆଯାଇଛି। ଏହାସହ ବିଭାଗରେ ଯେଉଁସବୁ ପଦବୀ ଖାଲି ରହିଛି ସେଗୁଡିକୁ ତୁରନ୍ତ ପୂରଣ କରିବା ସକାଶେ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?