ଚୋରା କାଠ ଜବତ, ୫ ଗିରଫ

ଠାକୁରମୁଣ୍ଡା,୧୧ା୧୧(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବନ ବିଭାଗ ଶନିବାର ବିଳମ୍ବିତ ରାତିରେ ଭଦ୍ରକ ଅଞ୍ଚଳକୁ ଯାଉଥିବା ଏକ ଚୋରା କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ସହିତ ଏକ ବାଇକ୍‌କୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।
ସୂଚନା ଅନୁଯାୟୀ, କୌଣସି ସୂତ୍ରରୁ ଖବର ପାଇ ଠାକୁରମୁଣ୍ଡା ବନ କର୍ମଚାରୀମାନେ ବିଳମ୍ବିତ ରାତିରେ ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁଜିଆଣି ନିକଟରେ ଜଗି ରହିଥିଲେ। ଛେରାଟାଙ୍ଗର ଗ୍ରାମରୁ ଏକ ପିକ୍‌ଅପ ଭ୍ୟାନ୍‌ (ନଂ. ଓଆର ୦୧ଏମ- ୬୩୧୮)ରେ ୩୫ଖଣ୍ଡ ଶାଳପଟା ବୋଝେଇ ହୋଇ ଆସୁଥିବା ବେଳେ ବନ କର୍ମଚାରୀ ଗାଡିକୁ ଅଟକାଇଥିଲେ। ଏହି ଚୋରା କାଠ ଗାଡ଼ିକୁ ସୁରକ୍ଷା ଦେଉଥିବା ସନ୍ଦେହରେ ମଧ୍ୟ ଏକ ବାଇକ୍‌କୁ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଭଦ୍ରକ ଥାନା ଅନ୍ତର୍ଗତ ବନ୍ତ ଗ୍ରାମର ପ୍ରଶାନ୍ତ କୁମାର ଜେନା, ଓଗରପୋଡା ଗ୍ରାମର ମନୋରଞ୍ଜନ ସାହୁ, ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ସାରୁବିଲ ଗ୍ରାମର ଜଗନ୍ନାଥ ବେହେରା, ବୀରେନ୍ଦ୍ର ପଇଦା ଓ ରବି ବେହେରାଙ୍କୁ ଗିରଫ କରାଯାଇଛି। ରେଞ୍ଜ୍‌ ଅଧିକାରୀ ପ୍ରଭାତ କୁମାର କୁଅଁର, ଫରେଷ୍ଟର ତପନ କୁମାର ମହାନ୍ତ, ଭାସ୍କର ଘଣା, ଠାକୁର ଦାସ ହେମ୍ବ୍ରମ, ଫରେଷ୍ଟଗାର୍ଡ ଭବାନୀ ବେହେରା, ସୁଚିତ୍ର ନନ୍ଦ ବେହେରା, ଗୌତମ ମହାନ୍ତ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ଗତ ଜୁଲାଇ ୩୧ ତାରିଖରେ କେନ୍ଦୁଜିଆଣି ଅଞ୍ଚଳରୁ ଭଦ୍ରକ ନିକଟ ଅଗରପଡ଼ାକୁ ଯାଉଥିବା ୨ଟି ଚୋରାକାଠ ବୋଝେଇ ଗାଡ଼ି ଜବତ ସହ ୫ ଅଭିଯୁକ୍ତଙ୍କୁ ପୋଲିସ ଧରି ବନ ବିଭାଗକୁ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri