ଚୋରା ଲୁହାପଥର ବୋଝେଇ ଟ୍ରକ ଜବତ

ଯୋଡ଼ା,୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ଖଣିଜ ଚୋରା କାରବାର ଥମିବାର ନାଁ ନେଉନାହିଁ। ଯୋଡ଼ା ଥାନା ତଥା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଲହଣ୍ଡା ଠାରେ ଗୁରୁବାର ୧୧ଟା ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଯାଉଥିବା ୨ଟି ବାହାର ରାଜ୍ୟ ନଂ ୟୁପି ୫୪ଟି ୪୦୩୦ ଓ ୟୁପି୫୪ଟି ୫୪୫୬ ଥିବା ୧୨ଚକିଆ ଟ୍ରକ ଚୋରାଲୁହାପଥର ନେଇ ଯାଉଥିବା ବେଳେ ପୋଲିସ ଟ୍ରକ ୨ଟିକୁ ଅଟକାଇଥିଲା। ଗାଡ଼ିଗୁଡ଼ିକର ରେଜିଷ୍ଟ୍ରେସନ ନଂ ମଉ ଉତ୍ତରପ୍ରଦେଶ ବୋଲି ଜଣାପଡ଼ିଛି। ପୋଲିସକୁ ଦେଖି ଡ଼୍ରାଇଭର ଓ ହେଲପର ଟ୍ରକରୁ ଡିଆଁମାରି ରାସ୍ତା ପାର୍ଶ୍ୱ ଜଙ୍ଗଲ ମଧ୍ୟକୁ ପଳାଇଯାଇଥିଲେ। ବିଲେଇପଦା ଥାନା ଅଧିକାରୀ ରଞ୍ଜନ କୁମାର ବିଶ୍ୱାଳ ଟ୍ରକ ୨ଟିକୁ ଜବତ କରି ଯୋଡ଼ା ଥାନାରେ ରଖିଛନ୍ତି। ଟ୍ରକ ଦୁଇଟିରେ ପ୍ରାୟ ୮୦ ମେଟ୍ରିକ ଟନ ମୂଲ୍ୟବାନ ଼ ୫.୧୮ ସାଇଜ୍‌ଡ଼ ଲୁହାପଥର ଜବତ ହୋଇଛି ାଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ଅଢେଇ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି ାତେଣେ ଚୋରା ଲୁହାପଥର କାରବାର ଦିନରାତି ତାର କାୟା ବିସ୍ତାର କରୁଥିବା ବେଳେ ଯୋଡ଼ା ଖଣି ଉପନିର୍ଦ୍ଦେଶାଳୟ ସ୍ଥାଣୁ ପାଲଟିଛି ା ରାଜ୍ୟ ସରକାରଙ୍କ ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ମାଇନ୍ସ ମିନେରାଲ ମ୍ୟାନେଜମେଣ୍ଟ(ଆଇଥ୍ରୀ ଏମଏସ)ଭଳି ସିଷ୍ଟମ ଥିଲେ ମଧ୍ୟ ଚୋରି ରୋକିବାରେ ଏହା ସକ୍ଷମ ହୋଇପାରୁ ନାହିଁ। ଯୋଡ଼ା ଖଣି ଉପନିର୍ଦ୍ଦେଶାଳୟରେ ଖଣିଜ ଚୋରା କାରବାର ରୋକିବା ପାଇଁ ଖଣି ନିରୀକ୍ଷକମାନଙ୍କର ଏକ ସ୍କ୍ବାର୍ଡ ଥିଲେ ମଧ୍ୟ ଏହାର କୌଣସି କାର୍ଯ୍ୟକାରିତା ହେଉ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri