ଚୋରି ଉଦ୍ୟମ ପଣ୍ଡ: ଚୋରକୁ ଗୋଡ଼ାଇ ଧରିଲେ ଲୋକେ

ରସୁଲପୁର,୨୨।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗ୍ରାମରେ ଗୁରୁବାର ରାତି ସାଢେ ୯ଟାରେ ଚୋରି ଉଦ୍ୟମ ପଣ୍ଡ ହୋଇଛି। ଗାଁ ଲୋକେ ଚୋରକୁ ଗୋଡାଇ ଗୋଡାଇ ବିଲ ମଝିରେ କାବୁ କରିବାକୁ ସକ୍ଷମ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଗାଁ ଲୋକେ ଚୋରକୁ ପୋଲିସ ଜିମା ଦେଇଥିଲେ।
ପ୍ରକାଶ ଯେ, ଯାଜପୁର ରୋଡ ଥାନା ଲକ୍ଷ୍ମୀନଗର ଗ୍ରାମର ଶ୍ରୀକାନ୍ତ ସାହୁ(୨୨) ବାଲିଆପଶି ଗ୍ରାମର ବ୍ରହ୍ମନନ୍ଦ ତ୍ରିପାଠୀଙ୍କ ଘରୁ ଚୋରି କରିବା ଉଦ୍ଦେଶ୍ୟରେ ଛାତ ଉପରକୁ ଚଢି ଯାଇଥିଲେ। ଘରର ଝରକା କବାଟ ଖୋଲୁଥିବାବେଳେ ପରିବାର ଲୋକେ ଏହା ଦେଖି ପାଟି କରିବାରୁ ଶ୍ରୀକାନ୍ତ ଛାତ ଉପରୁ ତଳକୁ ଡେଇଁ ପଳାଇବାକୁ ଉଦ୍ୟମ କରୁଥିଲେ। ତାଙ୍କୁ ପିଛା କରି ଗାଁ ଲୋକେ ଦୌଡି ଦୌଡ଼ି ପ୍ରାୟ ୧ କି.ମି. ଦୂରରେ ଏକ ବିଲ ମଝିରେ ତାଙ୍କୁ କାବୁ କରିବା ସହ ପୋଲିସ ଜିମା ଦେଇଥିଲେ। ପୋଲିସ ଚୋରକୁ ନିଜ ହେପାଜତକୁ ନେଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?