ଚୋରି ଉଦ୍ୟମ ପଣ୍ଡ: ୪ ଚୋରଙ୍କୁ ନିସ୍ତୁକ ମାଡ଼ ମାରି ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଚିତ୍ରଡ଼ା,୨୦।୬: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଭୋଳାଗଡ଼ିଆ ଆଶ୍ରମ ସ୍କୁଲକୁ ଚୋରି କରିବାକୁ ଯାଇ ନିସ୍ତୁକ ମାଡ଼ ଖାଇଛନ୍ତି ୪ ଯୁବକ। ପରେ ସେମାନଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ନାବାଳକ ରହିଥିବା ବେଳେ ୩ ଜଣ ହେଲେ ସାକିଲା ମଲ୍ଲିକ (୩୧), ସପନ ନାଏକ (୩୦),ରାଜା ମଲ୍ଲିକ (୨୫)। ସୂଚନାନୁଯାୟୀ, ଗୁରୁବାର ବିଳମ୍ବିତ ରାତ୍ରିରେ ମୋରଡ଼ା ଥାନା ଟିଆଁସୀ ଗ୍ରାମର ୪ ଯୁବକ ଚୋରି କରିବାକୁ ଆଶ୍ରମ ସ୍କୁଲ ଭିତରକୁ ପଶିଥିବା ବେଳେ ଗ୍ରାମବାସୀ ଜାଣିପାରିଥିଲେ। ପରେ ଚୋରକୁ ଧରିବାରେ ସଫଳ ହୋଇଥିଲେ। ତେବେ ଗ୍ରାମବାସୀ ଓ ଚୋର ମଧ୍ୟରେ କିଛି ସମୟଧରି ଲଢେଇ ଚାଲିଥିଲା। ପରେ ସେମାନଙ୍କୁ ଉତ୍ତମ ମଧ୍ୟମ ଦେବା ପରେ ପୋଲିସକୁ ହସ୍ତାନ୍ତର କରାଯାଇଛି। ମୋରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୪ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିବା ସହିତ ୮୭/୨୦ରେ ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ସାକିଲା ଏବଂ ରାଜା ନାମରେ ଆଗରୁ ଏକାଧିକ ମାମଲା ରହିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି। ୪ ଜଣଙ୍କ ମଧ୍ୟରୁ ଗ୍ରାମବାସୀଙ୍କ ମାଡ଼ରେ ରାଜା ଗୁରୁତର ହୋଇଥିବା ବେଳେ ପୋଲିସ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଛି। ତେବେ ସାକିଲା ଓ ସପନକୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ନାବାଳକଙ୍କୁ ବାଳସୁଧାର ଗୃହକୁ ପଠାଯିବ ବୋଲି ଆଇଆଇସି କୁନି ବେଶ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri