Posted inରାଜ୍ୟ

ଚୋରି ଉଦ୍ୟମ ବିଫଳ: ଅଭିଯୁକ୍ତ କୋର୍ଟ ଚାଲାଣ

ବିଞ୍ଝାରପୁର/ସିଂହପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ପଞ୍ଚାୟତ ଅଙ୍ଗାଳୋ ଗ୍ରାମରେ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କୁ କାବୁକରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାରେ ବିଞ୍ଝାରପୁର ପୋଲିସ ଏକ ମାମଲା (ନଂ. ୧୫୫/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ଅଙ୍ଗାଳୋ ଗ୍ରାମର ରସିକବଲ୍ଲବ ରଥ (୨୪)। ପ୍ରକାଶ ଯେ, ରସିକ ଉକ୍ତ ଗ୍ରାମର ପରେଶ ନାୟକଙ୍କ ଘରୁ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିଲେ। ଗ୍ରାମବାସୀ ତାଙ୍କୁ ଦେଖି କାବୁ କରିଥିଲେ। ଖବରପାଇ ବିଞ୍ଝାରପୁର ପୋଲିସ ଶନିବାର ସକାଳେ ଘଟଣାସ୍ଥଳରେ ପହଞ୍ଚିି ରସିକଙ୍କୁ ଥାନାକୁ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri