ଚୋରି କଲେ କାଟି ଦିଆଯିବ ହାତ

କାବୁଲ,୩ ।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନ ହେବା ପୂର୍ବରୁ ତାଳିବାନର କ୍ରୁରତା ବାଲା ପଦକ୍ଷେପ ସାମ୍ନାକୁ ଆସିଛି । ଅପରାଧ ପାଇଁ ତାଲିବାନ ପକ୍ଷରୁ ନୂଆ ସଜ୍ଜାର ବ୍ୟବସ୍ଥା କରାଯାଇଛି । ଯଦି କେହି ଚୋରି କରି ଧରାପଡେ ତେବେ ତାଙ୍କର ହାତ କାଟି ଦିଆଯିବ ବୋଲି ତାଲିବାନ ପକ୍ଷରୁ କୁୁହାଯାଇଛି । ତାଲିବାନର ପ୍ରବକ୍ତା ଜବିହୁଲ୍ଲା ଦେଇଥିବା ଏକ ସୂଚନା ଅନୁସାରେ ଆଫଗାନିସ୍ତାନରେ ଏବେ ସିରିୟା ଭଳି ନିୟମ ଲାଗୁ କରାଯିବ । ଜବିହୁଲ୍ଲାହ କହିଛନ୍ତି ଶୁକ୍ରବାର ସରକାର ଗଠନ କରାଯିବ ନାହିଁ । ହେଲେ ନୂଆ ସରକାରଙ୍କ ଦାୟିତ୍ୱ ମୁଲ୍ଲା ବରଦାର ସମ୍ଭାଳିବେ ଓ ଶୁରା କାଉନସିଲ ଆଫଗାନିସ୍ତାନର ଶାସନ ବ୍ୟବସ୍ଥା ସମ୍ଭାଳିବେ । ଖୁବଶୀଘ୍ର ନୂଆ ସରକାର ଗଠନକୁ ନେଇ ଘୋଷଣା କରାଯିବ । ସୂଚନାଯୋଗ୍ୟ, ତାଲିବାନ ଅଗଷ୍ଟ ୧୫ରେ କାବୁଳ ଉପରେ ନିଜର ନିୟନ୍ତ୍ରଣ ଜାହିର କରିଥିଲା । ଏହା ପରେ ଦେଶର ଅଧିକାଂଶ ଅଞ୍ଚଳରେ ବ୍ୟାପକ ଭାବେ ନିଜର ନିୟନ୍ତ୍ରଣ ସ୍ଥାପନ କରି ସାରିଲାଣି । ହେଲେ ତାଲିବାନ ଏପର୍ଯ୍ୟନ୍ତ ପଞ୍ଜଶିର ଘାଟିରେ ପ୍ରବଶେ କରିବାକୁ ଉଦ୍ୟତ ହେଉଥିଲେ ବି ବିଫଳ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri