ଚୋରି ଦୋଷ ଦିଆଯିବାରୁ ଡ୍ରାଇଭରଙ୍କ ଆମତ୍ହତ୍ୟା: ଗାଡ଼ି ମାଲିକଙ୍କୁ ଗିରଫ ଦାବିରେ ମୃତଦେହ ରଖି ବିକ୍ଷୋଭ

ରଣପୁର,୨୪।୮(ସ୍ବ.ପ୍ର.)-ମାଲିକ ଗାଡି ଚୋରିର ଦୋଷ ଡ୍ରାଇଭରଙ୍କ ଉପରେ ଲଦିବାରୁ ଡ୍ରାଇଭର ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମାଲିକଙ୍କୁ ଗିରଫ ଦାବିରେ ଶୁକ୍ରବାର ରଣପୁର ଥାନା ରାଜସୁନାଖଳା ଫାଣ୍ଡି ସମ୍ମୁଖରେ ଡ୍ରାଇଭରଙ୍କ ମୃତଦେହ ରଖି ସମ୍ପର୍କୀୟ ଓ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅପରାହ୍ନ ୧ଟାରୁ ବିକ୍ଷୋଭ ଆରମ୍ଭ ହୋଇଥିଲା। ସନ୍ଧ୍ୟାରେ ରଣପୁର ଆଇଆଇସି ବୈଦ୍ୟନାଥ ଭୋଇ ଘଟଣାସ୍ଥଳରେ ପହଞ୍ଚତ୍ ଗାଡିମାଲିକଙ୍କୁ ଗିରଫ କରିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।
ପ୍ରକାଶ ଯେ, ରାଜସୁନାଖଳା ବଢ଼େଇ ସାହିର ପ୍ରଭାତ ମଲ୍ଲିକଙ୍କ ପୁଅ ତୁଷାର (୨୨) ସେହି ସାହିର ଅଜୟ କୁମାର ସାହୁଙ୍କ ଟାଟା ଏସିଇ ଗାଡି ଚଲାଉଥିଲେ। ଗତ କିଛିଦିନ ତଳେ ଅଜୟଙ୍କ ଗାଡି ଚୋରି ହୋଇ ଯାଇଥିଲା । ଅଜୟ ଚୋରି ପାଇଁ ଡ୍ରାଇଭର ତୁଷାରଙ୍କୁ ଦାୟୀ କରିଥିଲେ । ତୁଷାର ନିର୍ଦ୍ଦୋଷ ବୋଲି ବାରମ୍ବାର କହିଥିଲେ ମଧ୍ୟ ଅଜୟ ନିଜ କଥାରୁ ହଟି ନ ଥିଲେ । ଏପରିସ୍ଥଳେ ତୁଷାର ଗତ ୧୯ ତାରିଖରୁ ନିଖୋଜ ହୋଇଯାଇଥିଲେ । ପରିବାର ଲୋକମାନେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ଟେର ପାଇ ନ ଥିଲେ। ତେବେ ପୁରୀ ରେଳ ଷ୍ଟେଶନରେ ସେ ବିଷ ପିଇ ଆମତ୍ହତ୍ୟା କରିଥିବା ଜଣାପଡିଥିଲା। ପୁରୀରୁ ମୃତଦେହ ବ୍ୟବଚ୍ଛେଦ ହୋଇ ଆସିବା ପରେ ସୁନାଖଳା ଫାଣ୍ଡି ସମ୍ମୁଖରେ ପରିବାର ସଦସ୍ୟ, ସମ୍ପର୍କୀୟ ଘେରାଉ କରିଥିଲେ । ମୃତକଙ୍କ ମା ପ୍ରତିମା ଫାଣ୍ଡିରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri