ଚୋରି ମୋବାଇଲ ଲାଗି ଆସନ୍ତା ମାସରୁ ଆସିବ ଟ୍ରାକର ବ୍ୟବସ୍ଥା

ନୂଆଦିଲ୍ଲୀ,୮-୭: ଦାମୀ ସ୍ମାର୍ଟଫୋନ୍‌ ହଜିଯିବା ଅଥବା ଚୋରି ହୋଇଯିବା କ୍ଷେତ୍ରରେ ଏହାର ମାଲିକଙ୍କୁ ଆଣିଦେଇଥାଏ ଅନେକ ଦୁଃଖ। ଏଥିପାଇଁ ସେ ପୋଲିସର ଦ୍ୱାରସ୍ଥ ହୋଇ ଅନେକ ସମୟରେ ନିରାଶ ହୋଇଥିବାର ଦେଖାଯାଇଛି। ତେବେ ଏଥିଲାଗି ଏବେ କେନ୍ଦ୍ର ସରକାର ସହାୟତାର ହାତ ବଢ଼ାଇବାକୁ ଯାଉଛନ୍ତି। ହଜି ଯାଇଥିବା ଅଥବା ଚୋରି ହୋଇଥିବା ମୋବାଇଲକୁ ଟ୍ରାକ୍‌ କରିବା ଲାଗି ସରକାର ଆସନ୍ତା ମାସରୁ ଏକ ମୋବାଇଲ ଟ୍ରାକର ବ୍ୟବସ୍ଥା ଆପଣାଇବାକୁ ଯାଉଛନ୍ତି। ସିମ୍‌ କାର୍ଡ ବାହାର କରାଯାଇଥିଲେ ଏବଂ ଆଇଏମ୍‌ଇଆଇ ନମ୍ବର ବଦଳା ଯାଇଥିଲେ ମଧ୍ୟ ଏହି ଟ୍ରାକର ବ୍ୟବସ୍ଥାରେ ଚୋରି ହୋଇଥିବା ଅଥବା ହଜିଯାଇଥିବା ମୋବାଇଲକୁ ଖୋଜି ବାହାର କରିହେବ। ସେଣ୍ଟର ଫ୍‌ର ଡେଭଲପ୍‌ମେଣ୍ଟ ଅଫ୍‌ ଟେଲିମ୍ୟାଟିକ୍ସ(ସି-ଡିଓଟି) ପକ୍ଷରୁ ଏହି ଟେକ୍ନୋଲୋଜି ପ୍ରସ୍ତୁତ କରାଯାଇଛି। ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶେଷ ହେବା ପରେ ଏହି ବ୍ୟବସ୍ଥାକୁ ଲାଗୁ କରିବା ଲାଗି ଟେଲିକମ୍‌ ମନ୍ତ୍ରୀଙ୍କୁ ଅନୁରୋଧ କରାଯିବ। ଆସନ୍ତା ମାସରେ ଏହା ସାରା ଦେଶରେ ଲଞ୍ଚ ହୋଇଯିବ ବୋଲି ଡିଓଟିର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ପାର୍ଲାମେଣ୍ଟର ବଜେଟ ଅଧିବେଶନ ଚଳିତମାସ ୨୬ରେ ଶେଷ ହେବ। ମୋବାଇଲ ଫୋନ ଟ୍ରାକିଙ୍ଗ ଲାଗି ଟେଲିକମ ବିଭାଗ ପକ୍ଷରୁ ସେଣ୍ଟ୍ରାଲ ଇକ୍ୟୁପମେଣ୍ଟ ଆଇଡେଣ୍ଟିଟି ରେଜିଷ୍ଟର ପ୍ରକଳ୍ପ ଆରମ୍ଭ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କେନ୍ଦ୍ର ସରକାର ଏଥିପାଇଁ ୧୫ କୋଟି ଟଙ୍କା ବ୍ୟୟବରାଦ କରିଥିଲେ। ଏହି ବ୍ୟବସ୍ଥା ଆପଣାଯିବା ପରେ ନକଲି ହ୍ୟାଣ୍ଡସେଟ୍‌ ଓ ଚୋରିକୁ ବହୁଳାଂଶେ ରୋକାଯାଇପାରିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ।...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫...

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri