Posted inଖେଳ

ଚୋରି ହୁଏ ରୋହିତ, କୋହଲିଙ୍କ ବ୍ୟାଟ୍‌

ନୂଆଦିଲ୍ଲୀ,୧୧।୧- ସମସ୍ତ କ୍ରିକେଟ ପାଗଳ ଦେଶରେ ଭାରତୀୟ କ୍ରିକେଟ ଦଳର ପ୍ରଶଂସକ ସଂଖ୍ୟା ଖୁବ ଅଧିକ। ଦଳର ଖେଳାଳିଙ୍କ ନିକଟକୁ ଯିବା ପ୍ରଶଂସକଙ୍କ ପାଇଁ ଅତ୍ୟନ୍ତ କଷ୍ଟକର। କିନ୍ତୁ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଦଳର ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ବ୍ୟାଟ ଅଧିକାଂଶ ସମୟ ଚୋରି ହୁଏ। ଦଳର ଖେଳାଳିଙ୍କ ପାଇଁ ଚାରିଆଡ଼େ କଡ଼ାସୁରକ୍ଷା ବ୍ୟବସ୍ଥା ଥିବା ସତ୍ତ୍ୱେ ଏହି ଘଟଣା ଘଟିଥାଏ। ଯେଉଁଠାରେ ତାଙ୍କ ସହ ପ୍ରଶଂସକମାନେ ସେଲ୍‌ଫି କିମ୍ବା ଅଟୋଗ୍ରାଫ ନେବା କଷ୍ଟସାଧ୍ୟ, ସେଠାରେ ଚୋରି ବି ସମ୍ଭବ ହୁଏ। ସିନିୟର ଖେଳାଳିଙ୍କ ବ୍ୟାଟ ଚୋରି ସମ୍ପର୍କରେ ଭାରତୀୟ ଦଳର ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଲୋକପ୍ରିୟ କମେଡି ଶୋ ‘ଦ କପିଲ ଶର୍ମା ଶୋ’ରେ ଏ କଥା କହିଛନ୍ତି। ସେ ନିଜେ ଅଧିନାୟକ କୋହଲି ଓ ଉପ ଅଧିନାୟକ ରୋହିତଙ୍କ ବ୍ୟାଟ ଚୋରେଇ ନିଅନ୍ତି ଓ ସେହି ବ୍ୟାଟରେ ଖେଳନ୍ତି। ସିନିୟର ଖେଳାଳିଙ୍କୁ ଜଣା ମୋ ନଜର ତାଙ୍କ ବ୍ୟାଟ ଉପରେ ଅଛି। ମାତ୍ର ସୁଯୋଗ ମିଳିବା କ୍ଷଣି ମୁଁ ବ୍ୟାଟ ଉଠାଇ ନିଏ ବୋଲି ଚହଲ ସ୍ବୀକାର କରିଛନ୍ତି। ଏତଦ୍‌ବ୍ୟତୀତ ଚହଲ ଭାରତୀୟ ଦଳର ଡ୍ରେସିଂ ଓ ଲକର ରୁମର ବହୁ ଘଟଣା ସମ୍ପର୍କରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri