ଚୌଦ୍ୱାରରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର

ଚୌଦ୍ୱାର,୧୩ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ ଥାନା ଅଧୀନ ଅପର୍ଣ୍ଣା ନଗରର ଅଜୟ ସାହୁ ଓରଫ ଜିତୁ (୨୮) ଗୁରୁତର ଆହତ ହୋଇଛନ୍ତି। ଜିତୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ନିକଟରୁ ଗୋଟିଏ ୯ ଏମ୍‌ଏମ୍‌ ପିସ୍ତଲ, ଗୋଟିଏ ମାଗାଜିନ, ଗୋଟିଏ ଗୁଳି ଓ ଏକ ବାଇକ୍‌ ଜବତ ହୋଇଛି। ଜିତୁଙ୍କ ପାଲଟା ଆକ୍ରମଣରେ ଚୌଦ୍ୱାର ଥାନା ଆଇଆଇସି ପଦ୍ମନାଭ ପ୍ରଧାନ, ଏସ୍‌ଆଇ ପାର୍ଥ ବେଉରା ଓ କନ୍‌ଷ୍ଟେବଳ ବିଶ୍ୱଜିତ ଦାସ ଆହତ ହୋଇଛନ୍ତି। ଜିତୁଙ୍କ ନାମରେ ବିଭିନ୍ନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ଆପରାଧିକ ମାମଲା ରହିଥିବା ପୋଲିସ କହିଛି।
ପୋଲିସ ସୂଚନା ଅନୁଯାୟୀ, ଗତ ସେପ୍ଟେମ୍ବର ୨୪ତାରିଖରେ ଚୌଦ୍ୱାର ଥାନା ଅଧୀନ ନୂଆପାଟଣା ବଜାର ଓ ମଧୁସୂଦନ ସେତୁ ମଧ୍ୟବର୍ତ୍ତୀ ରାସ୍ତାରେ ଦୁର୍ବୃତ୍ତମାନେ ଏକ କାରକୁ ଅଟକାଇ ଗୁଳିମାଡ଼ କରିଥିଲେ। ଗୁଳିମାଡ଼ରେ ଗୁରୁତର ହୋଇଥିବା ଢେଙ୍କାନାଳ ଟାଉନ ଜୟଗୋପାଳ ସାହିର ଲାଲା ଲଜିତ୍‌ ମୋହନଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଏହି ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ ଜିତୁ ଟାଙ୍ଗୀ-କପିଳାସ ରାସ୍ତାର ଗହଣ୍ଡା ଜଙ୍ଗଲରେ ଥିବା ଏକ ପରିତ୍ୟକ୍ତ ଫାର୍ମ ହାଉସ୍‌ରେ ଲୁଚିଥିବା ପୋଲିସ ଖବର ପାଇଥିଲା। ରବିବାର ସକାଳେ ଜିତୁ ପୋଲିସକୁ ଦେଖି ଏକ ନମ୍ବର ବିହୀନ ବାଇକରେ କପିଳାସ ପଟକୁ ଖସିଯିବାକୁ ଚେଷ୍ଟା କରିଥିଲେ। ପୋଲିସ ଟିମ୍‌ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଜିତୁ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାପରେ ପୋଲିସର ପାଲଟା ଗୁଳିରେ ଜିତୁ ବାଇକ୍‌ରୁ ଖସି ପଡ଼ିଥିଲେ। ସଙ୍ଗେସଙ୍ଗେ ପୋଲିସ ଟିମ୍‌ ତାଙ୍କୁ କାବୁ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri