Posted inକଟକ

ଚୌଦ୍ୱାରରେ ଚିନ୍ତା ବଢାଇଛନ୍ତି ରାଜ୍ୟ ଫେରନ୍ତା

ଚୌଦ୍ୱାର,୧୨।୫(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ହୋଇଛି। ଏପରିସ୍ଥିତିରେ ପଞ୍ଜିକୃତ ଓ ଅଣ ପଞ୍ଜିକୃତ ଶ୍ରମିକମାନେ ବହୁ ସଂଖ୍ୟାରେ ଘର ବାହୁଡ଼ା ହେଉଛନ୍ତି। ପ୍ରତିଦିନ ଶହ ଶହ ଶ୍ରମିକ ୫୫ ନଂ.ଜାତୀୟ ରାଜପଥର ଚୌଦ୍ୱାର ସହର ମଧ୍ୟ ଦେଇ ନିଜ ପରିବାର ତଥା ଆତ୍ୟବଶକୀୟ ସାମଗ୍ରୀ ଧରି ଯାଉଥିବା ଦେଖିବାକୁ ମିଳିଛି। ହେଲେ ଏତେ ସଂଖ୍ୟକ ରାଜ୍ୟ ଫେରନ୍ତାଙ୍କୁ ଦେଖି ଚୌଦ୍ୱାରରେ କରୋନା ବ୍ୟାପିବାର ଆଶଙ୍କା ରହିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ସେହିପରି ରାସ୍ତାରେ ଗଲାବେଳେ ଶ୍ରମିକମାନେ ବିଭିନ୍ନ ଦୋକାନୀମାନଙ୍କଠାରୁ କାରବାର କରୁଥିବା ଦେଖିବାକୁ ମିଳୁଛି। ଚୌଦ୍ୱାର ପୋଲିସ ଏମାନଙ୍କ ଗତିବିଧି ଉପରେ କୌଣସି ନଜର ଦେଉ ନ ଥିବା ସାଧାରଣରେ ଅଭିଯୋଗ ହୋଇଛି। ଚୌଦ୍ୱାର ପୌରପାଳିକା ତଥା ଚୌଦ୍ୱାର ପୋଲିସ ଏ ଦିଗରେ ଦୃଷ୍ଟି ଦେବା ପାଇଁ ସହରବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ହତ୍ୟା ପରେ ମହିଳାଙ୍କୁ ପୋତିଦେଲେ! ନଦୀପଠାରୁ ଅଧାପୋତା ଅବସ୍ଥାରେ ମିଳିଲା…

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍‌): ହତ୍ୟା ପରେ ମହିଳାଙ୍କୁ ପୋତିଦେଲେ! କଟକ ବାରଙ୍ଗ ବ୍ରହ୍ମଣିଗାଁ ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା। କାଠଯୋଡ଼ି ନଦୀ ପିଠାରେ ଆଜି ସକାଳୁ ଉଦ୍ଧାର…

ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି

କଟକ,୧୯।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍‌ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri