ଚୌଦ୍ୱାର ପୋଲିସ ପକ୍ଷରୁ ‘ଫାଇଟ୍‌ ଏଗ୍‌ନେଷ୍ଟ କୋଭିଡ୍‌-୧୯’ ପୁସ୍ତକ ବଣ୍ଟନ:  ଘରେ ରହି ଫୋନ୍‌ ଯୋଗେ ଅତ୍ୟାବଶ୍ୟକ ସାମଗ୍ରୀ ପାଇପାରିବେ ବରିଷ୍ଠ ନାଗରିକ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ.): କରୋନା ଭଳି ଭୂତାଣୁରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଉଦ୍‌ବେଗ ସ୍ଥିତିରେ ଗତିକରୁଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭକରି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ଭୂତାଣୁକୁ ରୋକିବା ଦିଗରେ ସଚେତନତା ହିଁ ଏକମାତ୍ର ବିକଳ୍ପ ବୋଲି ବାରମ୍ବାର କୁହାଯାଉଛି। ଏଥିସହ ସଂକ୍ରମଣ ନ ବ୍ୟାପିବା ପାଇଁ ଲକ୍‌ଡାଉନ ସହ ସାମାଜିକ ଦୂରତାକୁ ବିଶେଷ ଭାବେ ଗୁରୁତ୍ୱ ଦିଆଯାଉଛି। ବରିଷ୍ଠ ନାଗରିକଙ୍କୁ ଏହି ଭୂତାଣ ଜନିତ ରୋଗରୁ ସୁରକ୍ଷା ଦେବାପାଇଁ ଘରୁ ବାହାରକୁ ନ ବାହାରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ସମୟରେ ଚେତାବନୀ ଦେଉଛନ୍ତି। ବରିଷ୍ଠ ନାଗରିକଙ୍କ ପାଖରେ କିଭଳି ସେମାନଙ୍କର ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପହଞ୍ଚିପାରିବ ସେ ନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଜାରି କରାଯାଇଥିବା ‘ଫାଇଟ୍‌ ଏଗ୍‌ନେଷ୍ଟ କୋଭିଡ୍‌-୧୯’ ପୁସ୍ତକ ବରିଷ୍ଟ ନାଗରିଙ୍କୁ ପ୍ରଦାନ କରିବା ପାଇଁ ବିଭିନ୍ନ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ କଟକ ଜିଲା ଚୌଦ୍ୱାର ପୋଲିସ ପକ୍ଷରୁ ଏହି ପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବରିଷ୍ଠ ନାଗରିକ ତଥା ନୋଡାଲ ଅଫିସର ତପସ୍ବିନୀ କାନୁନ୍‌ଗୋଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅସିଷ୍ଟାଣ୍ଡ ନୋଡାଲ ଅଫିସର ରବିନ୍ଦ୍ର କୁମାର ମୁର୍ମୁ ଓ ଥାନା କର୍ମଚାରୀ ବରିଷ୍ଠ ନାଗରିକଙ୍କ ଘରକୁ ଯାଇ ଏହି ପୁସ୍ତକ ପ୍ରଦାନ କରୁଛନ୍ତି। ପଞ୍ଜିକୃତ ହୋଇଥିବା ଚୌଦ୍ୱାର ଥାନା ଅଧୀନରେ ୯୫୦ ବରିଷ୍ଠ ନାଗରିକଙ୍କୁ ୩ଦିନ ଭିତରେ ଏହି ପୁସ୍ତକ ଯୋଗାଇ ଦିଆଯିବ ବୋଲି ଆଇଆଇସି ପଦ୍ମନାଭ ପ୍ରଧାନ ସୂଚନା ଦେଇଛନ୍ତି। ଉକ୍ତ ପୁସ୍ତକରେ ଚୌଦ୍ୱାର ଅଞ୍ଚଳରେ ଥିବା ଓଷଧ ଦୋକାନ, ଗ୍ରୋସରୀ ଦୋକାନ, ପନିପରିବା ଦୋକାନ ଓ ଥାନା ଅଧୀକାରୀଙ୍କ ଫୋନ ନମ୍ବର ରହିଛି। ବରିଷ୍ଠ ନାଗରିକମାନେ ଘରେ ରହି ଫୋନ୍‌ ଯୋଗେ ନିଜ ଅତ୍ୟାବସକ ସାମଗ୍ରୀ ସହିତ ପୋଲିସ ସହାୟତା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri