ଚୌଦ୍ୱାର ଫରେଷ୍ଟରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ : ଥାନା ଦ୍ୱାରସ୍ଥ ହେଲେ ମହିଳା କର୍ମଚାରୀ

ଚୌଦ୍ୱାର,୨ା୯(ଡି.ଏନ୍‌.ଏ.) : ଚୌଦ୍ୱାର ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ର କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇଥିବା ନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୯୧/୧୯) ରୁଜୁ ହୋଇଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ବନ ବିଭାଗରେ କାମ କରୁଥିଲେ। ହାତୀ ଆକ୍ରମଣରେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ଥଇଥାନ ଯୋଜନାରେ ବନ ବିଭାଗରେ ତାଙ୍କୁ ଓ୍ବାଚର ଭାବେ ନିଯୁକ୍ତି ଦିଆଯାଇଥିଲା। ପ୍ରାୟ ୫ବର୍ଷ ହେଲା ସେ କାର୍ଯ୍ୟ କରୁଥିବାବେଳେ ବର୍ତ୍ତମାନର ଫରେଷ୍ଟର ତାଙ୍କୁ ମାନସିକ ନିର୍ଯାତନା ଦେଉଛନ୍ତି। ଏଣୁ ସେ ନିଜକୁ ସୁରକ୍ଷିତ ମଣୁ ନ ଥିବା ଦର୍ଶାଇ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଚୌଦ୍ୱାର ଫରେଷ୍ଟ ସେକ୍ସନର ୧୫ରୁ ଊର୍ଦ୍ଧ୍ୱ ଅସ୍ଥାୟୀ କର୍ମଚାରୀ ରବିବାର ସନ୍ଧ୍ୟାରେ ଚୌଦ୍ୱାର ଥାନାରେ ଉକ୍ତ ଫରେଷ୍ଟରଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଫରେଷ୍ଟର ଛୋଟଛୋଟ କଥାକୁ ନେଇ କର୍ମଚାରୀମାନଙ୍କୁ ଗାଳିଗୁଲଜ କରୁଛନ୍ତି। ଏହାର ପ୍ରତିବାଦ କଲେ ଚାକିରିରୁ ବହିସ୍କାର କରିଦେବାକୁ ଧମକ ଦେଉଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଏ ନେଇ ଫରେଷ୍ଟରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ମୋବାଇଲ ଫୋନ୍‌ ସୁଇଚ ଅଫ୍‌ ଥିଲା। ତେବେ ଏହି ଘଟଣାର ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡିବ ବୋଲି ଏସିଏଫ ମନୋରଞ୍ଜନ ସ୍ବାଇଁଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri