ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଭୟ

ଚୌଦ୍ୱାର,୧୭।୬(ଡି.ଏନ୍‌.ଏ.): ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଗାଡ଼ି ଛନକା ପଶିଛି। ଯେକୌଣସି ଟ୍ରାଭେରା ଗାଡି ଦେଖିଲେ ପୋଲିସର ଗାଡି ଆସିଲା ଭାବି ଭୟଭୀତ ହୋଇପଡୁଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲିସ ଗାଡି ଆସିବା ଭାବି ବ୍ୟବସାୟୀ ହେଉ ଅବା ସାଧାରଣଲୋକଙ୍କ ମନରେ ଛନକା ପଶୁଛି।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଆରମ୍ଭ ହେବା ଦିନଠାରୁ ଚୌଦ୍ୱାର ଥାନା କର୍ମଚାରୀ ଏକ ଟ୍ରାଭେରା ଗାଡିକୁ ଭଡା ସୂତ୍ରରେ ବ୍ୟବହାର କରୁଛନ୍ତି । କରୋନା ଜନିତ କଟକଣାକୁ ଅବମାନନା କରୁଥିବା ଅମାନିଆଙ୍କଠାରୁ ଜରିମାନା ଆଦାୟ ଠାରୁ ଆରମ୍ଭ କରି ଯାବତୀୟ ଶୁଳ୍କ ଆଦାୟ ପାଇଁ ଏହି ଟ୍ରାଭେରା ଗାଡି ଦିନ ତମାମ ସହରରୁ ଆରମ୍ଭ କରି ଗ୍ରାମାଞ୍ଚଳ ଘୁରି ବୁଲୁଛି। ଫଳରେ ବର୍ତମାନ ଟ୍ରାଭେରା ଗାଡିକୁ ଦେଖି ଲୋକେ ଭୟ କରୁଥିବା ନେଇ ଅଞ୍ଚଳରେ ଆଲୋଚନା ଜୋର ଧରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri