Posted inଜାତୀୟ

ଛଟ୍‌ ପୂଜା ସମୟରେ ଅଘଟଣ: ମନ୍ଦିର ପ୍ରାଚୀର ଭୁଷୁଡି ୨ ମୃତ

ପାଟନା,୩।୧୧: ବିହାର ସମସ୍ତିପୁରର ହସନପୁରରେ ରବିବାର ଘଟିଛି ଏକ ଅଘଟଣ। ଏଠାରେ ଥିବା ଏକ ମନ୍ଦିରର ପ୍ରାଚୀର ଭୁଷୁଡି ପଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମହିଳାମାନେ ଛଟ୍‌ ପୂଜା ପାଇଁ ବାଳ ସୂର୍ଯ୍ୟଙ୍କୁ ପୂଜା କରିବା ସମୟରେ ଘାଟ ନିକଟରେ ଥିବା ଏକ ମନ୍ଦିରର ପ୍ରାଚୀର ଭୁଷୁଡି ପଡିଥିଲା। ଏହାପରେ ସେଠାରେ ଥିବା ଲୋକେ ଭୟଭୀତ ହୋଇ ଏଣେତେଣେ ଦୌଡିବା ଫଳରେ ୬ ଜଣ ଶ୍ରଦ୍ଧାଳୁ ଆହତ ମଧ୍ୟ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ଜେସିବି ମେଶିନ ଲଗାଇ ଭଗ୍ନାବଶେଷକୁ ସଫା କରିଥିଲା। ଏହାସହ ଆହତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟାରେ ମଧ୍ୟ ଛଟ୍‌ ପୂଜା ସମୟରେ ଔରଙ୍ଗାବାଦରେ ଦଳାଚକଟାରେ ୨ ଶିଶୁଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?