ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚତ୍ ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କିମ୍ବା ଅନ୍ୟ କୌଣସି ସ୍ବାସ୍ଥ୍ୟ କର୍ମଚାରୀ ନ ଥିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ସ୍ଥାନୀୟ ଥାନାକୁ ଖବର ଦିଆଯାଇଥିଲା। ଦିଗପହଣ୍ଡି ଥାନା ଅଧିକାରୀ ବସନ୍ତ କୁମାର ସେଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବା ପରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନେ ଆସି ଅସୁସ୍ଥ ଛାତ୍ରୀମାନଙ୍କ ଚିକିତ୍ସା କରିଥିଲେ। ପରେ ସେମାନେ ସୁସ୍ଥ ହୋଇ ଫେରିଥିବା ଜଣାପଡିଛି। ବାସିଖାଦ୍ୟ ଖାଇବା ପରେ ଏପରି ହୋଇଥିବା ଜଣାପଡିଛି। ଶୁକ୍ରବାର ସକାଳେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ବିଦ୍ୟାଳୟରେ ପହଞ୍ଚତ୍ ଛାତ୍ରୀମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏ ନେଇ ଅଧ୍ୟକ୍ଷ ରଶ୍ମିରଞ୍ଜନ ବେଉରାଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ମାଣବସା ଗୁରୁବାର ଥିବାରୁ ସମ୍ପୃକ୍ତ ଛାତ୍ରୀଙ୍କ ଘରଲୋକେ ହଷ୍ଟେଲକୁ ଆସି ଛାତ୍ରୀମାନଙ୍କୁ ପିଠା ଦେଇଥିଲେ। ଏହାକୁ ଖାଇବା ଦ୍ୱାରା ସେମାନେ ଦେହ ଅସୁସ୍ଥ ହୋଇପଡ଼ିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେମାନେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri