ଛତିଶଗଡ଼ର ୧୬ ଇଟାଭାଟି ଶ୍ରମିକ ଦିଗପହଣ୍ଡିରୁ ଉଦ୍ଧାର: ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାରଙ୍କ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ରାସ୍ତାକଡ଼ରୁ ଛତିଶଗଡ଼ ଅଞ୍ଚଳର ୧୬ ଜଣ ଇଟାଭାଟି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଶିଶୁଙ୍କ ସମେତ ୭ ମହିଳା ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ବିଳମ୍ବିତ ରାତିରେ ଉଦ୍ଧାର ଶ୍ରମିକମାନଙ୍କୁ ସିଦ୍ଧେଶ୍ୱର ଗ୍ରାମ ହାଇସ୍କୁଲ ପରିସରରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥଇଥାନ କରାଯାଇଥିଲା। ଗୁରୁବାର ମଧ୍ୟାହ୍ନରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର,ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତ, ତିଳୋତ୍ତମା ଦୋରା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିବା ସିଦ୍ଧେଶ୍ୱର ପଞ୍ଚାୟତ ସରପଞ୍ଚ ପ୍ରତିନିଧି ସରୋଜ କୁମାର ଜେନା ଜଣାଇଛନ୍ତି। ଉଦ୍ଧାର ଅଣଓଡ଼ିଆ ଶ୍ରମିକ ରଥରାମ ଟେଣ୍ଡନ,ନରେଶ ଜୋଲେହେ, ନବୀନ ଟେଣ୍ଡନ, ହୀରାଲାଲ କୁରେ, ଅବିନାଶ ୱାରେ, ରାମକୃଷ୍ଣ ଟେଣ୍ଡନ,ବିଜୟ କୁମାର ଟେଣ୍ଡନ,କହ୍ନେୟା ୱାରେଶ। ସେମାନେ ଗତ ୪ ମାସ ହେଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମସ୍ଥିତ ରୋହିତ ନାହାକଙ୍କ ଇଟାଭାଟିରେ ଚୁକ୍ତିଭିତ୍ତିକ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ ପରଠାରୁ କାମ ବନ୍ଦ ଥିଲା। କାମବନ୍ଦ ପରେ ଇଟାଭାଟି ମାଲିକ କିଛିଦିନ ସେମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇଥିଲେ। କିନ୍ତୁ ଗତ ରବିବାରଠାରୁ ଖାଦ୍ୟସାମଗ୍ରୀ ଦେଇ ନ ଥିଲେ। ଯାହାକିଛି ଖାଦ୍ୟ ସାମଗ୍ରୀ ଥିଲା ସେସବୁ ସରିଯାଇଥିଲା। ଭୋକ ଅସହ୍ୟ ହେବାରୁ ସେମାନେ ବାଧ୍ୟହୋଇ ବୁଧବାର ରାତିରେ ପିଲାଛୁଆଙ୍କୁ ଧରି ଚାଲି ଚାଲି ଗାଁ ଅଭିମୁଖେ ବାହାରିଥିଲେ। ଦିଗପହଣ୍ଡି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ. ନିରଞ୍ଜନ ରେଡ୍ଡୀ ଏନେଇ ଖବର ପାଇବା ପରେ ଗଞ୍ଜାମ ଜିଲାପାଳଙ୍କୁ ସବିଶେଷ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri