ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍‌ସାଇଟ୍‌, ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ‘ମୋ ଛତୁଆ’ ୱେବ୍‌ସାଇଟ୍‌, ଆପ୍‌ ଏବଂ ସୂଚନା ପରିଚାଳନା ବ୍ୟବସ୍ଥାର ବିକାଶ କରାଯାଇଛି। ଶନିବାର ପୂର୍ବାହ୍ନରେ ପୋଖରୀପୁଟସ୍ଥିତ ମିଶନ ଶକ୍ତି ଭବନରେ ଆୟୋଜିତ ଜିଲା ସମାଜ ମଙ୍ଗଳ ଅଧିକାରୀ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ଏହାର ଶୁଭାରମ୍ଭ କରିଛନ୍ତି। ଏଥିସହ ଘରକୁ ନେବା ଖାଦ୍ୟର (ଟେକ୍‌ ହୋମ୍‌ ରାଶନ୍‌) ସଂଶୋଧିତ ନିୟମାବଳୀକୁ ମଧ୍ୟ ମନ୍ତ୍ରୀ ସାହୁ ଉନ୍ମୋଚନ କରିଛନ୍ତି। ‘ମୋ ଛତୁଆ’ ଆପ୍‌ଟି ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଏବଂ ‘ଅଜିମ୍‌ ପ୍ରେମ୍‌ଜୀ ଫିଲାନ୍‌ଥ୍ରୋପିକ୍‌ ଇନିସିଏଟିଭସ୍‌’ର ଏକ ଯୁଗ୍ମ ପରିକଳ୍ପନା। କେନ୍ଦ୍ରୀୟ ଖାଦ୍ୟ ପ୍ରଯୁକ୍ତି ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ମୁଖ୍ୟ ବୈଜ୍ଞାନିକ ଡ. ଶ୍ରୀଦେବୀ ଅନ୍ନପୂର୍ଣ୍ଣା ସିଂହ ବୁଝାମଣାପତ୍ରରେ ସ୍ବାକ୍ଷର କରିଥିଲେ। ଏହି ୱେବ୍‌ସାଇଟ୍‌ ଲୋକାର୍ପଣ କରି ମନ୍ତ୍ରୀ ସାହୁ କହିଥିଲେ, ଅପପୁଷ୍ଟି ରୋକିବା ଦିଗରେ ରାଜ୍ୟ ସରକାରଙ୍କ ଦ୍ୱାରା ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ରାଜ୍ୟର ମହିଳା, ଗର୍ଭବତୀ, କିଶୋରୀ ଏବଂ ଶିଶୁମାନଙ୍କୁ ଆବଶ୍ୟକ ପୁଷ୍ଟିସାଧନ ନିମନ୍ତେ ପରିପୂରକ ଖାଦ୍ୟ ଯୋଜନା ଦ୍ୱାରା ଆବଶ୍ୟକ ଶୁଖିଲା ଖାଦ୍ୟ ଏବଂ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଏହାସତ୍ତ୍ବେ ମଧ୍ୟ ଏହି ଖାଦ୍ୟ ଯୋଗାଣରେ ଅଧିକ ସ୍ବଚ୍ଛତା ଆଣିବା ଏବଂ ଏହାର ପରିଚାଳନା ବ୍ୟବସ୍ଥାକୁ ନିୟମିତ ଭାବେ ନିରୀକ୍ଷଣ ଏବଂ ତଦାରଖ କରିବା ଦିଗରେ ଏହି ୱେବ୍‌ସାଇଟ୍‌ ଅତ୍ୟନ୍ତ ଉପଯୋଗୀ ହୋଇପାରିବ ବୋଲି ମନ୍ତ୍ରୀ ସାହୁ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ କହିଥିଲେ, ଏହି ୱେବ୍‌ସାଇଟ୍‌ ଜରିଆରେ ଛତୁଆ ଯୋଗାଣ, ମାନ ନିର୍ଦ୍ଧାରଣ, ସାମଗ୍ରୀ କ୍ରୟ, ପ୍ରସ୍ତୁତି ଏବଂ ବଣ୍ଟନ ବ୍ୟବସ୍ଥାକୁ ଅଧିକ ବ୍ୟବସ୍ଥିତ କରାଯାଇପାରିବ। ଆପ୍‌ ଦ୍ୱାରା ସମ୍ପୂର୍ଣ୍ଣ ପ୍ରକ୍ରିୟାକୁ ଅନ୍‌ଲାଇନ୍‌ ମନିଟରିଂ କରାଯିବା ସହ ମାସର ଏକ ନିର୍ଦ୍ଧିଷ୍ଟ ଦିନରେ ଛତୁଆ ପ୍ରସ୍ତୁତକାରୀ ସ୍ବୟଂ ସହାୟକ ଗୋଷ୍ଠୀ ଛତୁଆ ମିଶ୍ରଣ କରିବେ। ଯାଞ୍ଚ କମିଟିଙ୍କ ଉପସ୍ଥିତିରେ ନିର୍ଦ୍ଧିଷ୍ଟ ଦିନରେ ଗର୍ଭବତୀ ମହିଳା, କିଶୋରୀ ଓ ଶିଶୁମାନଙ୍କୁ ଛତୁଆ ବଣ୍ଟନ କରାଯିବ। ଏଥିସହ ସ୍ବୟଂ ସହାୟକ ଗୋଷ୍ଠୀମାନେ ଅନ୍‌ଲାଇନ୍‌ ବିଲ୍‌ ପୈଠ କରିବେ ଏବଂ ଦେୟ ମଧ୍ୟ ଇ-ପେମେଣ୍ଟ ଜରିଆରେ କରାଯିବ। ଏଥିପାଇଁ ଜିଲା ସମାଜ ମଙ୍ଗଳ ଅଧିକାରୀ, ଶିଶୁ ବିକାଶ ଅଧିକାରୀ ଏବଂ ଅଙ୍ଗନଓ୍ବାଡ଼ି ସୁପରଭାଇଜରମାନେ ଜାରି କରାଯାଇଥିବା ଗାଇଡ଼୍‌ଲାଇନ୍‌ର ଅନୁପାଳନ କରିବାକୁ ସେ ପରାମର୍ଶ ଦେଇଥିଲେ।

ଉଲ୍ଲେଖଥାଉ କି, ମୋ ଛତୁଆ ୱେବ୍‌ସାଇଟ୍‌ରେ ଛତୁଆ ପ୍ରସ୍ତୁତି କେନ୍ଦ୍ରର ଭିତ୍ତିଭୂମି, ଆବଶ୍ୟକ ଯନ୍ତ୍ରପାତି, ଶୁଖିଲା ଖାଦ୍ୟ ପ୍ରସ୍ତୁତି କରୁଥିବା ସ୍ବୟଂ ସହାୟକ ଗୋଷ୍ଠୀଗୁଡିକୁ ସମସ୍ତ ତଥ୍ୟ, ପ୍ରଶିକ୍ଷଣ, ନିୟମାବଳୀ, କାର୍ଯ୍ୟାଦେଶ, ନିର୍ଦ୍ଦେଶାବଳୀ ଇତ୍ୟାଦି ଉପଲବ୍ଧ ହେବ। ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କମିଶନର ତଥା ନିର୍ଦ୍ଦେଶକ, ମିଶନ ଶକ୍ତି ସୁଜାତା ଆର୍‌. କାର୍ତ୍ତିକେୟନ୍‌, ନିର୍ଦ୍ଦେଶକ, ସମାଜ କଲ୍ୟାଣ ଅରବିନ୍ଦ ଅଗ୍ରୱାଲ, ଅଜିମ୍‌ ପ୍ରେମ୍‌ଜୀ ଫିଲାନ୍‌ଥ୍ରୋପିକ୍‌ ଇନିସିଏଟିଭସର ଉପସଭାପତି ଦେବଜିତ୍‌ ମିତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ରାଜ୍ୟର ୩୦ ଜିଲାରୁ ସମାଜ ମଙ୍ଗଳ ଅଧିକାରୀମାନେ ଏହି ସମ୍ମିଳନୀରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?