ଛତୁଆ, ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡଡୁମୁଳା ପଞ୍ଚାୟତ ଝଗଡ଼ାପଲ୍ଲୀ ଗାଁରେ ଶିଶୁଙ୍କ ଡ୍ରେସ, ଅଣ୍ଡା, ଛତୁଆ ଓ ଚାଉଳ ବଣ୍ଟନରେ ଅନିୟମିତତା ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେମାନେ ଦିଗପହଣ୍ଡି ସିଡିପିଓଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ବି କିଛି ସୁଫଳ ମିଳୁନି। ଏ ନେଇ ଗ୍ରାମବାସୀ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ଗତ ୨ ତାରିଖରେ ଶିଶୁଙ୍କ ପାଇଁ ଆସିଥିବା ଚାଉଳ ଅନ୍ୟ ଜଣଙ୍କୁ ବିକ୍ରି କରାଯାଉଥିଲା। ଏହା ଜାଣିପାରି ଗ୍ରାମବାସୀ ଉକ୍ତ ବ୍ୟକ୍ତଙ୍କୁ ଅଟକାଇ ଯାଞ୍ଚ କରିଥିଲେ। ଏହାର ଫଟୋ ଉଠାଇ ପ୍ରମାଣପତ୍ର ଦିଗପହଣ୍ଡି ସିଡିପିଓଙ୍କୁ ଦେଇ ଅବଗତ କରିଥିଲେ ମଧ୍ୟ କିଛି ପଦକ୍ଷେପ ନିଆଯାଇ ନ ଥିଲା। ତୁରନ୍ତ ଉକ୍ତ କର୍ମୀଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ ପନ୍ଥା ଗ୍ରହଣ କରିବୁ ବୋଲି ଗ୍ରାମବାସୀ କହିଛନ୍ତି। ଏ ଘଟଣାର ତଦନ୍ତ କରାଯିବ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri