ଛତୁ ତୋଳିବାକୁ ଯାଇ ହେଟାବାଘ ଆକ୍ରମଣରେ ଜଣେ ଗୁରୁତର

ବନ୍ତଳା/ଅନୁଗୋଳ ଅଫିସ,୨୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଫରେଷ୍ଟ ବିଟ୍‌ ଅଧୀନ ଅନ୍ତୁଳିଆ ରିଜର୍ଭ ଜଙ୍ଗଲର କୁରୁତାପେ ନିକଟକୁ ଛତୁ ତୋଳିବାକୁ ଯାଇ ଶନିବାର ସକାଳେ ହେଟା ବାଘ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଅନ୍ତୁଳିଆ ଗ୍ରାମର ଚିତ୍ତ ଦଳବେହେରା(୫୫) ।
ସୂଚନାନୁଯାୟୀ, ଚିତ୍ତଙ୍କ ସହ ପୁତୁରା ବିଦ୍ୟାଧର ଦଳ ବେହେରା(୩୫) ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିଲେ। ତେବେ ସେଠାରେ ହେଟା ଆକ୍ରମଣ କରିବାରୁ ବିଦ୍ୟାଧର ଗଛ ଉପରକୁ ଚଢି ଯାଇଥିଲେ। ମାତ୍ର ଚିତ୍ତ ଯାଇ ନ ପାରିବାରୁ ବାଘ ଆକ୍ରମଣରେ ଗୁରୁତର ହୋଇପଡିଥିଲେ। ତାଙ୍କ ମୁଣ୍ଡ,ଆଖି ଓ ହାତରେ ଗଭୀର କ୍ଷତହୋଇ ଥିଲା। ଗୁରୁତର ଅବସ୍ଥାରେ ଚିତ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଚିତ୍ତଙ୍କୁ କଲରାପତରିଆ ବାଘ ଆକ୍ରମଣ କରିଥିବା ପରିବାର ପକ୍ଷରୁ ଅଭିଯୋଗ ହେଉଥିବା ବେଳେ ଅନୁଗୋଳ ବନଖଣ୍ଡ ଡିଏଫ୍‌ଓ ଭି କାର୍ତ୍ତିକ ହେଟାବାଘ କାମୁଡିଥିବା ସ୍ପଷ୍ଟ କରିଛନ୍ତି। ତାଙ୍କ ଚିକିତ୍ସା ନିମନ୍ତେ ସମସ୍ତ ଖର୍ଚ୍ଚ ବନବିଭାଗ ବହନ କରିବ ବୋଲି ସେ କହିଛନ୍ତି। କ୍ଷତିପୂରଣ ବାବଦକୁ ୧ଲକ୍ଷ ଟଙ୍କା ପରିବାର ଲୋକଙ୍କୁ ଦିଆଯିବ ବୋଲି ସୂଚନା ମିଳିଛି। ତେବେ ଅନ୍ୟ ପକ୍ଷେ ଏକ ସ୍ବତନ୍ତ୍ର ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବାଘ ପାଦ ଚିହ୍ନ ଖୋଜିବ ବୋଲି ଡିଏଫ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri