ଛତୁ ତୋଳିବାକୁ ଯାଇ ହେଟାବାଘ ଆକ୍ରମଣରେ ଜଣେ ଗୁରୁତର

ବନ୍ତଳା/ଅନୁଗୋଳ ଅଫିସ,୨୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଫରେଷ୍ଟ ବିଟ୍‌ ଅଧୀନ ଅନ୍ତୁଳିଆ ରିଜର୍ଭ ଜଙ୍ଗଲର କୁରୁତାପେ ନିକଟକୁ ଛତୁ ତୋଳିବାକୁ ଯାଇ ଶନିବାର ସକାଳେ ହେଟା ବାଘ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଅନ୍ତୁଳିଆ ଗ୍ରାମର ଚିତ୍ତ ଦଳବେହେରା(୫୫) ।
ସୂଚନାନୁଯାୟୀ, ଚିତ୍ତଙ୍କ ସହ ପୁତୁରା ବିଦ୍ୟାଧର ଦଳ ବେହେରା(୩୫) ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିଲେ। ତେବେ ସେଠାରେ ହେଟା ଆକ୍ରମଣ କରିବାରୁ ବିଦ୍ୟାଧର ଗଛ ଉପରକୁ ଚଢି ଯାଇଥିଲେ। ମାତ୍ର ଚିତ୍ତ ଯାଇ ନ ପାରିବାରୁ ବାଘ ଆକ୍ରମଣରେ ଗୁରୁତର ହୋଇପଡିଥିଲେ। ତାଙ୍କ ମୁଣ୍ଡ,ଆଖି ଓ ହାତରେ ଗଭୀର କ୍ଷତହୋଇ ଥିଲା। ଗୁରୁତର ଅବସ୍ଥାରେ ଚିତ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଚିତ୍ତଙ୍କୁ କଲରାପତରିଆ ବାଘ ଆକ୍ରମଣ କରିଥିବା ପରିବାର ପକ୍ଷରୁ ଅଭିଯୋଗ ହେଉଥିବା ବେଳେ ଅନୁଗୋଳ ବନଖଣ୍ଡ ଡିଏଫ୍‌ଓ ଭି କାର୍ତ୍ତିକ ହେଟାବାଘ କାମୁଡିଥିବା ସ୍ପଷ୍ଟ କରିଛନ୍ତି। ତାଙ୍କ ଚିକିତ୍ସା ନିମନ୍ତେ ସମସ୍ତ ଖର୍ଚ୍ଚ ବନବିଭାଗ ବହନ କରିବ ବୋଲି ସେ କହିଛନ୍ତି। କ୍ଷତିପୂରଣ ବାବଦକୁ ୧ଲକ୍ଷ ଟଙ୍କା ପରିବାର ଲୋକଙ୍କୁ ଦିଆଯିବ ବୋଲି ସୂଚନା ମିଳିଛି। ତେବେ ଅନ୍ୟ ପକ୍ଷେ ଏକ ସ୍ବତନ୍ତ୍ର ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବାଘ ପାଦ ଚିହ୍ନ ଖୋଜିବ ବୋଲି ଡିଏଫ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri