ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁର କଲେ ସରକାର

ଛତ୍ରପୁର,୧୬।୬(ଡି.ଏନ.ଏ)-ଗଞ୍ଜାମ ଜ଼ିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲି ମୋଜାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁୁର କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏହି ଲିଜ ନୂଆଦିଲ୍ଲୀ ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ନାଁରେ ମଞ୍ଜୁର କରିଛି। କେନ୍ଦ୍ରୀୟ ବିଦ୍ୟାଳୟର ନୂତନ ବିଲଡିଂ ନିର୍ମାଣ ପର୍ଯ୍ୟନ୍ତ ଛତ୍ରପୁର ଅନସ୍ଲୋ ସରକାରୀ ହାଇସ୍କୁଲର ଏକ କୋଠାରେ ଅସ୍ଥାୟୀ କ୍ୟାମ୍ପସ ରେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ। ଏଥିପାଇଁ ପୂର୍ବରୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅନୁମତି ଦେଇସାରିଛନ୍ତି। ଏହା ସ୍ବାଗତଯୋଗ୍ୟ ପଦକ୍ଷେପ। ଛତ୍ରପୁର ପାଇଁ ଭଲ ଖବର। ଛତ୍ରପୁର ଓକିଲ ସଂଘ, ପ୍ରେସ କ୍ଲବ, ୟୁନାଇଟେଡ଼ ସିଟିଜେନ ଫୋରମ, ଛତ୍ରପୁର ନାଗରିକ କମିଟି, ସ୍ଥାନୀୟ ଏମପି, ବିଧାୟକ, ଜ଼ିଲା ପ୍ରଶାସନ ର ଉଦ୍ୟମ ଯୋଗୁ ଏହା ସଫଳ ହୋଇଥିବା ଓକିଲ ସଂଘର ପୂର୍ବତନ ସଭାପତି ତଥା ୟୁନାଇଟେଡ଼ ସିଟିଜେନ ଫୋରମର ଆବାହକ କେ ଶିବରାମ ରେଡ୍ଡୀ କହିଛନ୍ତି। କେନ୍ଦ୍ର ସରକାର ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦେଇଥିବାରୁ ଭାଜପା ନେତା ତଥା ଓକିଲ ପ୍ରଦୀପ ପାଢ଼ୀ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri