ଛତ୍ରପୁର ମହୋତ୍ସବ ଉଦ୍‌ଯାପିତ

ଛତ୍ରପୁର୯ା୧୨(ଡି.ଏନ୍‌.ଏ.)-ଗତ ୫ଦିନ ଧରି ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ଛତ୍ରପୁର ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ  । ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଭାବେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲାଇ, ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ପୂର୍ବତନ ବିଧାୟକ ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଅଶୋକ ଚୌଧୁରୀ, ଏନ୍‌. ନାରାୟଣ ରେଡ୍ଡୀ, ବିଡିଏର ପୂର୍ବତନ ଅଧ୍ୟକ୍ଷ ସୁବାସ ମହାରଣା, ଅବସରପ୍ରାପ୍ତ ସହକାରୀ ନିର୍ଦ୍ଦେଶକ (ସଂସ୍କୃତି) କୃଷ୍ଣଚନ୍ଦ୍ର ନିଶଙ୍କ, ପ୍ରଫୁଲ୍ଲ ପଟ୍ଟନାୟକ, କଳାବିକାଶ କେନ୍ଦ୍ରର ସଭାପତି ଆର୍‌. ସି. ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ପ୍ରଧାନ ସଂଯୋଜନା କରିଥିଲେ । ଏହି ଅବସରରେ ତାମ୍ପରା ପର୍ଯ୍ୟଟନସ୍ଥଳୀର କେୟାରଟେକର କାଳୁ ଚରଣ ତ୍ରିପାଠୀ, ରାମ ଲୀଳା ପାଇଁ ସାନଖେମୁଣ୍ଡି ବ୍ଲକର ଗୁରୁ ଶ୍ୟାମସୁନ୍ଦର ପାଣିଗ୍ରାହୀ ଓ ସଖିନାଚ ପାଇଁ ଭଞ୍ଜନଗର ବ୍ଲକର ଗୁରୁ କାଳୁ ଚରଣ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲ। କୁକୁଡାଖଣ୍ଡିର ଜି. ହରିବନ୍ଧୁ ଓ ତାଙ୍କ ଗ୍ରୁପ୍‌ ପକ୍ଷରୁ କୃଷ୍ଣ ଲୀଳା, ନରେନ୍ଦ୍ରପୁରସ୍ଥିତ ଗାୟତ୍ରୀ ଯୁଗଳ ଶଙ୍ଖ ଧ୍ୱନି ପକ୍ଷରୁ ଯୋଡି ଶଙ୍ଖ, ଦିଗପହଣ୍ଡିର ବିଚିତ୍ରା ବର୍ଣ୍ଣାଳି ନାଟ୍ୟ ସଂସଦ ପକ୍ଷରୁ ଘୁଡୁକି ନାଚ, ବ୍ରହ୍ମପୁର ରିୟଲ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ମଡର୍ନ ଡ୍ୟାନ୍ସ, ବ୍ରହ୍ମପୁର ଆରାଧ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ସମ୍ବଲପୁରୀ ଡ୍ୟାନ୍ସ, ଛତ୍ରପୁର ଲିଟିଲ୍‌ ଡାଇମଣ୍ଡ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ମଡର୍ନ ଡ୍ୟାନ୍ସ, ଆର୍ଜେଣ୍ଟିନାର ଆନନ୍ଦିନୀ ଦାସି,ଓ ଅରୁଣ ପ୍ରଧାନଙ୍କ ପକ୍ଷରୁ ଓଡିଶୀ ଡ୍ୟାନ୍ସ, ବ୍ରହ୍ମପୁରର ଅଙ୍ଗାହାର ନୃତ୍ୟୟନ ପକ୍ଷରୁ ଓଡିଶୀ ନୃତ୍ୟ ଓ ବ୍ରହ୍ମପୁର ରକ୍‌ଷ୍ଟାର ଡ୍ୟାନ୍ସ ଏକାଡେମୀ ପକ୍ଷରୁ ତେଲୁଗୁ ଲୋକ ନୃତ୍ୟ ପରିବେଷଣ ହୋଇଥିଲା। ଶେଷରେ ଋତୁରାଜ ମହାନ୍ତି ଓ ତାଙ୍କ ଗ୍ରୁପ୍‌ ପକ୍ଷରୁ ମେଗା ସଙ୍ଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri