ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ

ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରନ୍ଧା ମଦବେପାରୀ ସକ୍ରିୟ ହୋଇ ଉଠିଛନ୍ତି। ବଲାଙ୍ଗୀର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଟିଟିଲାଗଡ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୭୧ଲିଟର ମଦ ଜବତ କରିବା ସହ ୧୧ଜଣଙ୍କୁ ଗିରଫ କରିଛି। ସୋମବାର ଟିଟିଲାଗଡ ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ସୁରେନ୍ଦ୍ର ନାଥ ଶତପଥୀ ଏ ନେଇ ସୂଚନା ଦେଇଛନ୍ତି। ଟିଟିଲାଗଡ ଥାନା ଆଇଆଇସି ପ୍ରଭାତ ରଞ୍ଜନ ମହାନ୍ତିଙ୍କ ନେତୃତ୍ୱରେ ଏକ ପୋଲିସ ଦଳ ରବିବାର ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବୁର୍ଡିପଡା ସଂଲଗ୍ନ ଜଙ୍ଗଲରେ ଛଦ୍ମବେଶ ଧାରଣ କରି ଛକି ରହିଥିଲେ। ପୂର୍ବରୁ ଗାଡି ଶବ୍ଦ ଶୁଣି ଫେରାର ହୋଇ ଯାଉଥିବା ମଦବେପାରୀମାନେ ପୋଲିସକୁ ଚିହ୍ନି ନପାରି ଜାଲରେ ଫଶି ଯାଇଥିଲେ। ଜଙ୍ଗଲ ରାସ୍ତାରେ ପୋଲିସ ଟିମ୍‌ ୧୧ ଜଣଙ୍କୁ କାବୁ କରିଥିଲା। ଅଭିଯୁକ୍ତମାନେ ହେଲେ ନିରଞ୍ଜନ ମାଝୀ, ସଦା ସାହୁ, ଗୋବିନ୍ଦ ସାହୁ, ସୁରେଶ ସାହୁ, ଅଲେଖ ମାଝୀ, ଗୋରେଖ ମାଝୀ, ନରହରି ସାହୁ, ଭୁଜ ସାହୁ, ରାମଦାଶ ବନଛୋର, ସନ୍ତୋଷ ମେହେର, ରାକେଶ ଜାଲ। ସେମାନଙ୍କ ବିରୋଧରେ ଦଫା ୫୨ (ଏ) ଏବଂ ଓଡିଶା ଅବକାରୀ ଆଇନ ୨୦୦୮ରେ ୮ଟି ବିଭିନ୍ନ ମାମଲା ରୁଜୁ କରାଯାଇ ସୋମବାର କୋର୍ଟଚାଲାଣ କରାଯାଇଛି। ବେଆଇନ ଭାବେ ମଦ ପ୍ରସ୍ତୁତ କରି ମହାମାରି କରୋନା ସମୟରେ ବ୍ୟବସାୟ ଚଳାଇଥିବା ବ୍ୟବସାୟୀଙ୍କ ବିରୋଧରେ ବ୍ୟାପକ ଚଢଉ କରାଯିବ ବୋଲି ଏସ୍‌ଡିପିଓ ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri