Posted inଜାତୀୟ

ଛାଡ଼ପତ୍ର ମାମଲାର ଆପୋଷ ବୁଝାମଣା ପାଇଁ ଘୋଡ଼ା ଚଢ଼ି ବର ବେଶରେ କୋର୍ଟରେ ପହଞ୍ଚିଲେ ଯୁବକ

ଭୋପାଳ, ୧୫।୧୨: ମଧ୍ୟପ୍ରଦେଶରେ ଏକ ଛାଡ଼ପତ୍ର ମାମଲାରେ ପରିବାର କୋର୍ଟ ଦମ୍ପତିଙ୍କୁ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବୁଝାମଣା ଲାଗି ଡିସେମ୍ବର ୧୪ ଧାର୍ଯ୍ୟ ହୋଇଥିଲା। ସେହି ଦିନ ସ୍ବାମୀ ଘୋଡ଼ା ଚଢ଼ି ବର ବେଶରେ ଦେବାସ ଜିଲା କୋର୍ଟରେ ପହଞ୍ଚିଥିବାବେଳେ ସ୍ତ୍ରୀ ନବବଧୂ ବେଶରେ ପହଞ୍ଚିଥିଲେ। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିଞ୍ଜାନା ନିବାସୀ ପଓ୍ବନ କୁମାଓ୍ବତ୍‌ ୨୦୦୮ ଏପ୍ରିଲ୍‌ ୨୬ରେ ଛୋଟ ମାଲସାପୁରାର କରୁଣାଙ୍କୁ ବିବାହ କରିଥିଲେ। ବିବାହର କିଛି ଦିନ ସୁଖରେ କଟିବା ପରେ ଘରେ କଳି ଝଗଡ଼ା ଆରମ୍ଭ ହୋଇଥିଲା। ଏହାପରେ ସ୍ତ୍ରୀ-ସ୍ବାମୀ ଦୁହେଁ ଅଲଗା ହୋଇ ଯାଇଥିଲେ। କୋର୍ଟରେ ଛାଡ଼ପତ୍ର ମାମଲା ଚାଲିଥିଲା। ତେବେ ଶେଷରେ କୋର୍ଟଙ୍କ ପରାମର୍ଶକ୍ରମେ ଦୁହେଁ ପୁଣି ଏକାଠି ହେବାକୁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri