ଛାତିରୁ ଅଲଗା ହେଲା ମୁହଁ

କଟକ ଅଫିସ,୧୮ା୪: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ ମୁହଁକୁ ଅଲଗା କରାଯାଇଛି। ବାଳିକା ଜଣଙ୍କ ଦୁର୍ଭାଗ୍ୟବଶତଃ ପୋଡ଼ି ହୋଇଯାଇଥିଲେ। ଯେଉଁଥିରେ ତାଙ୍କ ମୁହଁର ତଳ ପାର୍ଶ୍ୱ ଛାତିରେ ଲାଗିଯାଇଥିଲା।
କରୋନାଜନିତ ଚିନ୍ତାରେ ସମଗ୍ର ରାଜ୍ୟ ବ୍ୟଥିତ ହେଉଥିବାବେଳେ ଏସ୍‌ସିବି ମେଡିିକାଲ କଲେଜ ଓ ହସ୍ପିଟାଲର ଡାକ୍ତରମାନେ ଏକ ସଫଳପୂର୍ଣ୍ଣ ଅସ୍ତ୍ରୋପଚାର କରିଛନ୍ତି। ସୂଚନା ମୁତାବକ, ଗଞ୍ଜାମ ଜିଲା ଆସ୍କା ଥାନା ଅନ୍ତର୍ଗତ ବଡ଼ଖୋଲି ଗ୍ରାମର ପୂଜା ସେଠୀ (୧୪) କିଛି ମାସ ତଳେ ପୋଡ଼ି ହୋଇଯାଇଥିଲେ। ସନ୍ଧ୍ୟା ଦୀପ ଲଗାଉଥିବାବେଳେ ତାଙ୍କ ଶରୀରରେ ନିଆଁ ଲାଗିଯାଇଥିଲା। ଗୁରୁତର ଅବସ୍ଥାରେ ପୂଜାଙ୍କୁ ପ୍ରଥମେ ଆସ୍କା ଡାକ୍ତଖାନା ଏବଂ ପରେ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଡାକ୍ତରମାନେ ତାଙ୍କୁ ଏସ୍‌ସିବିକୁ ସ୍ଥାନାନ୍ତରିତ କରିଥିଲେ। ଏସ୍‌ସିବି ମେଡିକାଲରେ ଦୀର୍ଘ ଦିନ ଧରି ଚିକିତ୍ସା ହେବା ପରେ ଗତ ଜାନୁୟାରୀ ମାସରେ ତାଙ୍କୁ ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଗତ ୬ତାରିଖରେ ପ୍ରଫେସର ବିଭୂତି ଭୂଷଣ ପଟ୍ଟନାୟକଙ୍କ ନେତୃତ୍ୱରେ ଡା. ଆଶିଷ ପଟ୍ଟନାୟକ, ଡା. ରଶ୍ମିରଞ୍ଜନ ମହାନ୍ତି, ଡା. ଦୀପକ ସାହୁ, ଡା. ମହେଶ ମଣ୍ଡଳ, ଏବଂ ଡା. ରୋଜାଲିନ ମିଶ୍ର ସଫଳତାର ସହ ଏହି ଅସ୍ତ୍ରୋପଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri