ଛାତ୍ରକୁ ମାଡ଼ ଘଟଣାରେ ଅଧ୍ୟକ୍ଷ ନିଲମ୍ବିତ

ଢେଙ୍କିକୋଟ, ୨।୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟ ପଞ୍ଚାୟତ ଟିକିରାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୯ମ ଶ୍ରେଣୀର ଛାତ୍ରଙ୍କୁ ମାଡ଼ ମରାଯିବା ଘଟଣାରେ ଅଧ୍ୟକ୍ଷ ରାଜୀବ କୁମାର ଦତ୍ତଙ୍କୁ ନିଲମ୍ବିତ କରାଯାଇଛି। ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ବରିଷ୍ଠ ଶିକ୍ଷୟିତ୍ରୀ କିମ୍ବା ଶିକ୍ଷକ ଦାୟିତ୍ୱ ତୁଲାଇବେ ବୋଲି ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ପ୍ରକାଶ କରିଛନ୍ତି।
ଉଲ୍ଳେଖନୀୟ ଯେ, ଗତ ୨୮ ତାରିଖରେ ବିଦ୍ୟାଳୟ ପରିସରରେ ଏହି ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ପରଦିନ ବିଦ୍ୟାଳୟର ଛାତ୍ରୀଛାତ୍ର ଅଧ୍ୟକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିଦ୍ୟାଳୟ ପାଟକ ସମ୍ମୁଖରେ ଧାରଣାରେ ବସିବା ସାଙ୍ଗକୁ ବିଭିନ୍ନ ସ୍ଳୋଗାନ ଦେଇ ଢେଙ୍କିକୋଟ ବଜାରରେ ରାଲି କରିଥିଲେ । ପରେ ସେମାନେ ୨୦ ନଂ.ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଶିକ୍ଷାବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ପ୍ରତିଶ୍ରୁତି ଦେବା ପରେ ଛାତ୍ରଙ୍କ ରାସ୍ତାରୋକୋ ହଟିଥିଲା। ଏହି କ୍ରମରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେଙ୍କ ନିର୍ଦ୍ଦେଶକ୍ରମେ ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ଘଟଗାଁ ଶିକ୍ଷାଜିଲା ଶିକ୍ଷାଧିକାରୀ କ୍ଷେତ୍ରମୋହନ ହାଁସଦାଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ତଦନ୍ତ ରିପୋର୍ଟ ଜିଲା ଶିକ୍ଷାଧିକାରୀ ଓ ଜିଲାପାଳଙ୍କୁ ଦିଆଯାଇଥିଲା। ଜିଲାପାଳ ଠାକ୍‌ରେ ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ପ୍ରୋଜେକ୍ଟ ଡାଇରେକ୍ଟରଙ୍କୁ ଏହି ରିପୋର୍ଟ ପଠାଇଥିଲେ। ଏହି ପରିପ୍ରେକ୍ଷୀରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରାଜୀବ ଦତ୍ତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ଜିଲା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?