ଛାତ୍ରକୁ ମାଡ଼ ଘଟଣାରେ ଅଧ୍ୟକ୍ଷ ନିଲମ୍ବିତ

ଢେଙ୍କିକୋଟ, ୨।୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟ ପଞ୍ଚାୟତ ଟିକିରାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୯ମ ଶ୍ରେଣୀର ଛାତ୍ରଙ୍କୁ ମାଡ଼ ମରାଯିବା ଘଟଣାରେ ଅଧ୍ୟକ୍ଷ ରାଜୀବ କୁମାର ଦତ୍ତଙ୍କୁ ନିଲମ୍ବିତ କରାଯାଇଛି। ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ବରିଷ୍ଠ ଶିକ୍ଷୟିତ୍ରୀ କିମ୍ବା ଶିକ୍ଷକ ଦାୟିତ୍ୱ ତୁଲାଇବେ ବୋଲି ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ପ୍ରକାଶ କରିଛନ୍ତି।
ଉଲ୍ଳେଖନୀୟ ଯେ, ଗତ ୨୮ ତାରିଖରେ ବିଦ୍ୟାଳୟ ପରିସରରେ ଏହି ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ପରଦିନ ବିଦ୍ୟାଳୟର ଛାତ୍ରୀଛାତ୍ର ଅଧ୍ୟକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିଦ୍ୟାଳୟ ପାଟକ ସମ୍ମୁଖରେ ଧାରଣାରେ ବସିବା ସାଙ୍ଗକୁ ବିଭିନ୍ନ ସ୍ଳୋଗାନ ଦେଇ ଢେଙ୍କିକୋଟ ବଜାରରେ ରାଲି କରିଥିଲେ । ପରେ ସେମାନେ ୨୦ ନଂ.ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଶିକ୍ଷାବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ପ୍ରତିଶ୍ରୁତି ଦେବା ପରେ ଛାତ୍ରଙ୍କ ରାସ୍ତାରୋକୋ ହଟିଥିଲା। ଏହି କ୍ରମରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେଙ୍କ ନିର୍ଦ୍ଦେଶକ୍ରମେ ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ଘଟଗାଁ ଶିକ୍ଷାଜିଲା ଶିକ୍ଷାଧିକାରୀ କ୍ଷେତ୍ରମୋହନ ହାଁସଦାଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ତଦନ୍ତ ରିପୋର୍ଟ ଜିଲା ଶିକ୍ଷାଧିକାରୀ ଓ ଜିଲାପାଳଙ୍କୁ ଦିଆଯାଇଥିଲା। ଜିଲାପାଳ ଠାକ୍‌ରେ ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ପ୍ରୋଜେକ୍ଟ ଡାଇରେକ୍ଟରଙ୍କୁ ଏହି ରିପୋର୍ଟ ପଠାଇଥିଲେ। ଏହି ପରିପ୍ରେକ୍ଷୀରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରାଜୀବ ଦତ୍ତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ଜିଲା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri