ଛାତ୍ରାବାସ ଛାତରୁ ଖସିଲା କଂକ୍ରିଟ

ବାଲେଶ୍ୱର ଅଫିସ, ୧।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରାବାସ କୋଠାରୁ ସୋମବାର ମଧ୍ୟାହ୍ନରେ କଂକ୍ରିଟ୍‌ ଖଣ୍ଡ ଖସି ପଡିଥିଲା। ଏଥିରେ ଜଣେ ଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି ଅନ୍ୟ ନର୍ସିଂ ଛାତ୍ରୀମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ଅଫିସ୍‌ ଘେରାଉ କରିଥିଲେ। ଦୀର୍ଘ ୩/୪ ଘଣ୍ଟା ପରେ ଜିଲା ପ୍ରଶାସନ ହସ୍ତକ୍ଷେପ କରି ଦୁର୍ଗା ପୂଜା ଛୁଟି ଭିତରେ ଉକ୍ତ କୋଠା ସମ୍ପୂର୍ଣ୍ଣ ମରାମତି କରିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହାର ହୋଇଛି।
ଛାତ୍ରୀମାନେ ଅଭିଯୋଗ କରିଛନ୍ତି ଯେ, ୧୯୫୯ ମସିହାରେ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ତିଆରି ହୋଇଥିଲା। କିଛିବର୍ଷ ହେଲା ଛାତରୁ ସିମେଣ୍ଟ, ବାଲି ଖଣ୍ଡ ଖସି ଏହା ଅସୁରକ୍ଷିତ ହୋଇପଡ଼ିଛି। ଏପରିକି ବର୍ଷା ସମୟରେ ଘର ଭିତରେ ପାଣି ପଶି ଯାଉଥିବାରୁ ହଇରାଣ ହରକତ ହେବାକୁ ପଡୁଛି। ଛାତ୍ରୀମାନେ ବାରମ୍ବାର ବିଭାଗୀୟ ଅଧିକାରୀ ତଥା ଜିଲା ପ୍ରଶାସନଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନାହିଁ। ଛାତ୍ରୀ ସୁକାନ୍ତି ବିନ୍ଧାଣୀ ସୋମବାର ମଧ୍ୟାହ୍ନରେ ଶୌଚାଳୟ ଯାଇଥିବା ବେଳେ ହଠାତ୍‌ ଛାତରୁ ସିମେଣ୍ଟ, ବାଲି ଖଣ୍ଡ ଖସିଥିଲା। ଏହି କଂକ୍ରିଟ ଖଣ୍ଡ ତାଙ୍କ ଉପରେ ପଡ଼ିବାରୁ ସେ ଗୁରୁତର ହୋଇଥିଲେ। ସଙ୍ଗେ ସଙ୍ଗେ ଅନ୍ୟ ଛାତ୍ରୀମାନେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପରେ ଉତ୍ତ୍ୟକ୍ତ ଛାତ୍ରୀମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଛୋଟରାୟଙ୍କ ଅଫିସ୍‌ ଘେରାଉ କରିବା ସହ ଏହାର ପୁନରୁଦ୍ଧାର ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri