ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ

ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଶିକ୍ଷା ବିଭାଗ ପକ୍ଷରୁ ତାଙ୍କୁ ମଧ୍ୟ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି ା
ପୋଲିସ ସୂଚନା ଅନୁଯାୟୀ ଗତ ବୁଧବାର ଯୋଡା ବ୍ଲକର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ(ଡବ୍ଲ୍ୟୁଇଓ) ପରିଦର୍ଶନକୁ ଯାଇଥିବା ବେଳେ ଅଭିଯୁକ୍ତ ପ୍ରଧାନଶିକ୍ଷକ ବାଣେଶ୍ୱର ପାତ୍ର ଛାତ୍ରୀନିବାସର ୨ ଜଣ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଥିଲା। ଛାତ୍ରୀମାନେ ଏ ନେଇ ଡବ୍ଲ୍ୟୁଇଓଙ୍କୁ ଲିଖିତ ଭାବେ ଜଣାଇଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରଧାନ ଶିକ୍ଷକ ଓ ବିଦ୍ୟାଳୟର ରୋଷେୟାଙ୍କୁ ତଦନ୍ତ ପାଇଁ ଯୋଡା ବ୍ଲକକୁ ଡକାଇଥିଲେ। ଏହି ଘଟଣାରେ କ୍ଷୁବ୍ଧ ହୋଇ ପ୍ରଧାନଶିକ୍ଷକ ଛାତ୍ରୀମାନଙ୍କୁ କୁଆଡ଼େ ଧମକଚମକ ଦେଇଥିଲେ। ଶୁକ୍ରବାର ସନ୍ଧ୍ୟାରେ ୧୫ ଜଣ ଛାତ୍ରୀ ଭୟରେ ଛାତ୍ରୀନିବାସ ଛାଡି ନିକଟସ୍ଥ ବେଲଦା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ଯାଇ ଆଶ୍ରୟ ନେଇଥିଲେ। ସମ୍ପୃକ୍ତ ବ୍ୟକ୍ତି ଏ ସମ୍ପର୍କରେ ବିଦ୍ୟାଳୟର ଅନ୍ୟ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ଖବର ଦେବା ସହିତ ବାମେବାରୀ ପୋଲିସକୁ ଲିଖିତ ଭାବେ ଜଣାଇଥିଲେ। ଅଭିଯୋଗ ପାଇବା ପରେ ବାମେବାରୀ ପୋଲିସ ଶୁକ୍ରବାର ଦଫା ୩୫୪(ଏ), ୫୦୬ ଆଇପିସି , ୧୦,୧୨ ପୋକ୍ସୋ ଆକ୍ଟ ଅନୁଯାୟୀ ମାମଲା( ନଂ. ୧୫୭/୨୦୧୯) ରୁକୁ କରି ତଦନ୍ତ କରିବା ପରେ ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ ଗିରଫ କରିଥିବା ବାମେବାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳର ଅଭିଭାବକ ମହଲରେ ଆଲୋଡନ ସୃଷ୍ଟି ହୋଇଛି ା ଯୋଡା ବ୍ଲକ ପକ୍ଷରୁ ଶୁକ୍ରବାର ସମ୍ପୃକ୍ତ ପ୍ରଧାନଶିକ୍ଷକ ପାତ୍ରଙ୍କୁ ନିଲମ୍ବନ କରାଯାଇ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅନ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ଚିଠି (ନଂ ୧୭୩୫. ତା ୧୫।୧୧।୨୦୧୯) ରିଖରେ ପ୍ରଧାନ ଶିକ୍ଷକ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଏଥିସହ ତାଙ୍କୁ ଛାତ୍ରୀନିବାସର ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। ଏହାମଧ୍ୟରେ ଯୋଡା ଥାନାର ମହିଳା ସବଇନ୍ସପେକ୍ଟର ସାଗରିକା ମହାନ୍ତି ବିଦ୍ୟାଳୟକୁ ଯାଇ ଘଟଣା ସମ୍ପର୍କରେ ତଦନ୍ତ କରି ଛାତ୍ରୀମାନଙ୍କ ବୟାନ ରେକର୍ଡ କରିଛନ୍ତି। ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ମଧ୍ୟ ବିଦ୍ୟାଳୟକୁ ଯାଇ ତଦନ୍ତ କରି ଫେରିଛନ୍ତି। ଘଟଣା ଦିନ ଛାତ୍ରୀନିବାସରେ ପ୍ରଧାନଶିକ୍ଷକ, ଜଣେ କର୍ମଚାରୀ ଓ ୨ଜଣ ସ୍ଥାନୀୟ ଲୋକ ଏକାଠି ହୋଇ କୌଣସି ନିଶାଦ୍ରବ୍ୟ ସେବନ କରିଥିବା ଛାତ୍ରୀମାନେ ସେମାନଙ୍କ ଅଭିଯୋଗରେ ଦର୍ଶାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଯୋଡା ବ୍ଲକର ଶିକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ଚମ୍ପୁଆ ଶିକ୍ଷାଧିକାରୀ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ କହିଛନ୍ତି, ଛାତ୍ରୀମାନଙ୍କଠାରୁ ଏନେଇ ଲିଖିତ ଅଭିଯୋଗ ମିଳିବା ପରେ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ତାଙ୍କୁ ନିଲମ୍ବିତ କରାଯାଇଛି। ବିଦ୍ୟାଳୟର ଛାତ୍ରୀନିବାସରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ପ୍ରାୟ ୩୮ ଜଣ ଛାତ୍ରୀ ରହୁଥିବାବେଳେ ସେଠାରେ ପୁରୁଷ କର୍ମଚାରୀ ନିଯୁକ୍ତି ଦିଆଯିବା ନେଇ ସ୍ଥାନୀୟ ଗ୍ରାମବାସୀ ଓ ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri