ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ମାମଲା(ନଂ.୯୫/୧୯)ରୁଜୁ କରି ଶୁକ୍ରବାର ସମ୍ପୃକ୍ତ ଅଧ୍ୟାପକଙ୍କୁ ଥାନାରେ ଅଟକ ରଖିଛି। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର କଲେଜ କ୍ଲାସରୁମରେ ଅଧ୍ୟାପକ ଜଣକ ଉକ୍ତ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ବିଷୟରେ ଛାତ୍ରୀ ଜଣକ ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଶୁକ୍ରବାର କଲେଜ ଅଧ୍ୟକ୍ଷଙ୍କୁ ଭେଟି ଘଟଣା ବାବଦରେକ ଅବଗତ କରାଇଥିଲେ। କଲେଜ ଅଧ୍ୟକ୍ଷ ସମ୍ପୃକ୍ତ ଅଧ୍ୟାପକଙ୍କୁ ଡାକି ତାଗିଦ କରିଥିଲେ। ଏହାପରେ ଅଧ୍ୟାପକ ଜଣକ କଲେଜର ଏକ କୋଠରି ମଧ୍ୟକୁ ଯାଇ ଭିତରପଟୁ କବାଟବନ୍ଦ କରି ଦେଇଥିଲେ। ଦୀର୍ଘ ସମୟ ଧରି ସେ କବାଟ ନ ଖୋଲିବାରୁ କଲେଜ ଅଧ୍ୟକ୍ଷ ରାସଗୋବିନ୍ଦପୁର ଥାନା ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ସମ୍ପୃକ୍ତ ଅଧ୍ୟାପକଙ୍କୁ ଉଦ୍ଧାର କରିଥିଲା। ଛାତ୍ରୀଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri