ଛାତ୍ରୀଙ୍କୁ ମାଡ଼, ଗାଳିଗୁଲଜ ଅଭିଯୋଗ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଧାରଣା

ରାଇକିଆ,୫ା୧୧(ଡି.ଏନ୍‌.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା ସକାଳ ପ୍ରାୟ ସାଢେ ୯ଟାରୁ ଧାରଣା ଦିଆଯାଇଥିଲା। ଫଳରେ ଷାଣ୍ମାସିକ ପରୀକ୍ଷା ବାଧାପ୍ରାପ୍ତ ହୋଇଥିଲା ା ଗେଟରେ ତାଲା ପଡ଼ିଥିବା ଯୋଗୁ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ଦୀର୍ଘ ସମୟ ବାହାରେ ଅପେକ୍ଷା କରିଥିଲେ ା ଖବରପାଇ ରାଇକିଆ ବିଡିଓ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାଶୁଝା କରିବା ପରେ ସେମାନେ ଧାରଣାରୁ ଓହରିଥିଲେ।
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ୨ ଶିକ୍ଷୟିତ୍ରୀ ଶ୍ରେଣୀ ଗୃହରେ ମାଡ଼ ମାରୁଥିବା, ଗାଳିଗୁଲଜ କରୁଥିବା ଛାତ୍ରୀମାନେ ଅଭିଯୋଗ କରିଥିଲେ ା ଏପରିକି, ପରୀକ୍ଷା ପାଖେଇ ଆସୁଥିବାରୁ ପାଠ ପଢାଇବା ପାଇଁ ଶିକ୍ଷୟିତ୍ରୀଙ୍କୁ କହିବାରୁ ସେମାନେ ଖରାପ ବ୍ୟବହାର ପ୍ରଦର୍ଶନ କରୁଥିଲେ। ଏ ନେଇ ଛାତ୍ରୀମାନେ ପୂର୍ବରୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଗତ ମାସ ୧୬ ତାରିଖରେ ବିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଭିଯୋଗର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ କରାଯାଇଥିଲା। ତେବେ ଏହାର ୨୦ ଦିନ ପରେ ବି କାୈଣସି ପଦକ୍ଷେପ ନିଆ ଯାଇ ନ ଥିବା ଛାତ୍ରୀମାନେ ଅଭିଯୋଗ କରି ଧାରଣା ଦେଇଥିଲେ ା ସୋମବାର ପରୀକ୍ଷା ସମୟ ଆରମ୍ଭ ହୋଇଥିଲେ ସୁଦ୍ଧା ସମସ୍ୟା ସମାଧାନ ପାଇଁ ବିଦ୍ୟାଳୟକୁ କୌଣସି ଅଧିକାରୀ ଆସି ନ ଥିଲେ ା ଖବରପାଇ ବିଡ଼ିଓ ପ୍ରବୀଣ କୁମାର ବାଣୁଆ ପହଞ୍ଚି ବୁଝାଶୁଝା କରିବା ପରେ ଛାତ୍ରୀମାନେ ଧାରଣାରୁ ଓହରିଥିଲେ ା ପରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପହଞ୍ଚି ଏପରି ଘଟଣା କେଉଁ କାରଣରୁ ଘଟିଲା, ଛାତ୍ରୀମାନେ କାହିଁକି ଧାରଣାରେ ବସିଲେ ସେ ନେଇ ଛାତ୍ରୀ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ବିଦ୍ୟାଳୟ ପରିଚାଳନା କମିଟି, ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ ା ଅଭିଯୋଗ ଆସିଥିବା ୨ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ଡ଼େପୁଟେଶନରେ ପଠାଯିବା ପାଇଁ ସୁପାରିସ କରାଯିବ ବୋଲି ଅତିରିକ୍ତ ଜିଲା ଶିକ୍ଷା ଅଧିତ୍କାରୀ ଲକ୍ଷ୍ମୀଧର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri