ଛାତ୍ରୀଙ୍କୁ ଅସଦାଚରଣ ମାମଲା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ମାଆ ଏନେଇ କେ. ନୂଆଗାଁ ଥାନାରେ ଏତଲା ଦେବା ପରେ ଆଇଆଇସି ମାଧବାନନ୍ଦ ନାୟକ ଘଟଣାର ତଦନ୍ତ କରି କେସ୍‌ ନଂ.  ୨୬୩/୧୯ରେ ଅଭିଯୁକ୍ତମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଘଟଣାରେ ଜଡ଼ିତ ଥିବା ଅଭିଯୋଗରେ ଜି. ସୋମେଶ ରେଡ୍ଡୀ,ଜି. ଲୋକେଶ ରେଡ୍ଡୀ ଏବଂ ଜି. ରମେଶ ରେଡ୍ଡୀଙ୍କୁ ତଦନ୍ତକାରୀ ପୋଲିସ ଅଧିକାରୀ ରୀତାଞ୍ଜଳି ନାୟକ ଗିରଫ କରି ବ୍ରହ୍ମପୁର କୋର୍ଟକୁ ଶନିବାର ଚାଲାଣ କରିଥିବା ଜଣାପଡ଼ିଛି। ଗତ ବୁଧବାର ପୂର୍ବାହ୍ନରେ ଛାତ୍ରୀ ଜଣକ ସ୍କୁଲ ଯାଉଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ ଅଟକାଇ କମେଣ୍ଟ ମାରିବା ସହ ଅସଦାଚରଣ କରିଥିଲେ। ଘଟଣାର ଆପୋଷ ସମାଧାନ ପାଇଁ ଗାଁରେ ଉଦ୍ୟମ କରାଯାଇଥିଲେ ମଧ୍ୟ ଅଭିଯୁକ୍ତମାନଙ୍କ ଅସହଯୋଗ କାରଣରୁ ପୀଡ଼ିତା ଛାତ୍ରୀଙ୍କ ମାଆ ଓ ପରିବାର ଲୋକେ ଗୁରୁବାର ଥାନାରେ ପହଞ୍ଚି ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri