ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍) ଶିକ୍ଷୟତ୍ରୀ ଖୋଲି ଦେବାରୁ ମାମଲା ଥାନାକୁ ଯାଇଛି। ଏହାକୁ ନେଇ ଛାତ୍ରୀଙ୍କ ବାପା ସ୍କୁଲରେ ପହଞ୍ଚି ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସ୍କୁଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ପୋଲିସ ପହଞ୍ଚି ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଥାନାକୁ ଆଣିଥିଲା।
ଘଟଣାରୁ ପ୍ରକାଶ, ବ୍ରହ୍ମପୁରର ଏକ ଘରୋଇ ସ୍କୁଲ ୟୁନିଫର୍ମ ଶନିବାର ଧଳା ଥିବାବେଳେ ଜଣେ ଛାତ୍ରୀ ଧଳା ଫ୍ରକ୍ ଓ କଳାରଙ୍ଗର ପ୍ୟାଣ୍ଟ(ଲେଗିଙ୍ଗସ୍) ପିନ୍ଧିଥିଲେ। କ୍ଲାସ ଆରମ୍ଭ ବେଳେ ଛାତ୍ରୀ ପିନ୍ଧିଥିବା କଳା ରଙ୍ଗର ପ୍ୟାଣ୍ଟକୁ ଏହା ସ୍କୁଲ ୟୁନିଫର୍ମ ନୁହେଁ ବୋଲି କହି ଜଣେ ଶିକ୍ଷୟତ୍ରୀ ତାକୁ ଖୋଲି ଦେଇଥିଲେ। ଭୟରେ ଛାତ୍ରୀ ଜଣଙ୍କ କାହାକୁ କିଛି ନ କହି ଚୁପ ହୋଇ କ୍ଲାସରେ ବସିଥିଲେ। ସ୍କୁଲରୁ ଫେରିବା ବେଳେ ସେ ତାଙ୍କ ବାପାଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ଛାତ୍ରୀଙ୍କ ବାପା ଜଣେ ଆଇନଜୀବୀ ହୋଇଥିବାରୁ ସେ ଅଧ୍ୟକ୍ଷଙ୍କୁ ଘଟଣା ବିଷୟରେ ପଚାରିଥିଲେ। ପରେ ସେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଶେଷରେ ଶିକ୍ଷୟିତ୍ରୀ ଜଣଙ୍କ ଥାନାରେ ଲିଖିତ ଆକାରରେ ଦୋଷ ସ୍ବୀକାର କରିବା ସହ ଭବିଷ୍ୟତରେ ଏଭଳି ଭୁଲ କରିବେ ନାହିଁ ବୋଲି କହିଥିଲେ। ଶେଷରେ ଏହାର ଆପୋଷ ବୁଝାମଣାରେ ସମାଧାନ ହୋଇଥିବା ପୋଲିସ କହିଛି।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...
ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...
Archives


