ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ

କେନ୍ଦୁଝର,୨୧।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ମସିଣାଯୋଡ଼ି ଏଜୁକେଶନାଲ କମ୍ପ୍ଲେକ୍ସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପଦ୍ମା ଜୁଆଙ୍ଗଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହଷ୍ଟେଲରେ ରହି ପଢୁଥିବା ପଦ୍ମାଙ୍କ ୍‌ଚିକିତ୍ସାରେ ଅବହେଳାରୁ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ୍ୟୁ ପରେ ସ୍କୁଲ କର୍ତ୍ତୃପକ୍ଷ ପଦ୍ମାଙ୍କ ମୃତଦେହକୁ ଘର ବାରଣ୍ଡାରେ ଛାଡ଼ି ଚାଲିଯାଇଥିଲେ। ଏପରିକି କୌଣସି ମେଡିକାଲ ରିପୋର୍ଟ ଦେଇ ନ ଥିଲେ। ଫଳରେ ଚିକିତ୍ସାରେ ଅବହେଳା ଅଭିଯୋଗ କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍କୁଲ ଆଗରେ ମୃତଦେହ ରଖି ଗାଁ ଲୋକେ କାର୍ଯ୍ୟାନୁଷ୍ଠାନ ପାଇଁ ଅଡ଼ି ବସିଛନ୍ତି। ପଣ୍ଡାପଡ଼ା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ପଠାଇ ପରିବାର ଲୋକଙ୍କ ସହ ଆଲୋଚନା ଜାରି ରଖିଛି। ପଣ୍ଡାପଡା ଥାନା ଅଧିକାରୀ ପଦ୍ମାଳୟା ସାହୁ କହିଛନ୍ତି ଯେ, ଗତ ୧୭ ତାରିଖରେ ପଦ୍ମାଙ୍କ ଝାଡାବାନ୍ତି ହୋଇଥିଲା। ଫଳରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଘଟଣାର ତଦନ୍ତ ଜାରି ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri