ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ, ବଦଳିଲେ ୩ ଶିକ୍ଷକ

ବାଲିଗୁଡା,୫ା୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ପାଠ ପଢିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିବା ମହଙ୍ଗା ପଡିଛି। ବିଭାଗୀୟ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କ ସମେତ ଅନ୍ୟ ୨ ଶିକ୍ଷକଙ୍କୁ ବଦଳି କରାଯାଇଛି। ପ୍ରକାଶ ଯେ, ତୁମୁଡିବନ୍ଧ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଋଷି କୁମାର ନାୟକ ଶନିବାର ବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିଥିଲେ। ଖବର ପାଇବା ପରେ ତୁମୁଡିବନ୍ଧ ବିଇଓ ଉଦ୍ଧବ ଚରଣ ନାୟକଙ୍କ ସହିତ ୩ଜଣ ଏବିଇଓ ବିଦ୍ୟାଳୟରେ ପହଞ୍ଚତ୍ଥିଲେ। ତଦନ୍ତ ପରେ ଋଷିଙ୍କ ସମେତ ଅନ୍ୟ ୨ ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁ ଓ ଚିତ୍ତରଞ୍ଜନ ପ୍ରଧାନଙ୍କ ଏହି ଘଟଣାରେ ସମ୍ପୃକ୍ତି ଥିବା ଜଣାପଡିଥିଲା। ସେମାନଙ୍କୁ ବଦଳି କରିଛନ୍ତି ତୁମୁଡିବନ୍ଧ ବିଇଓ। ଚିଠି ନଂ.୧୦୪୫/୨ା୮ା୨୦୧୯ ପ୍ରକାରେ ଏହି ନିର୍ଦ୍ଦେଶ ଆସିଛି। ଋଷିଙ୍କୁ ଦାନୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ ଦାନୁଙ୍ଗିଆର ଶିକ୍ଷକ ସୀମାଞ୍ଚଳ ନାୟକଙ୍କୁ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରି ଅଣାଯାଇଛି। ପ୍ରଫୁଲ୍ଲଙ୍କୁ ପଡିକିଆ କଲୋନୀ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଅଳକା କୁମାରୀ ନାୟକଙ୍କୁ ଓ ଚିତ୍ତରଞ୍ଜନ ପ୍ରଧାନଙ୍କୁ ଆଠବାଡ଼ି ବିଦ୍ୟାଳୟକୁ ବଦଳି କରାଯାଇଥିବାବେଳେ ତାଙ୍କସ୍ଥାନରେ ଶିକ୍ଷକ ବିମ୍ବାଧର ସାହୁଙ୍କୁ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରି ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri