ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ, ବଦଳିଲେ ୩ ଶିକ୍ଷକ

ବାଲିଗୁଡା,୫ା୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ପାଠ ପଢିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିବା ମହଙ୍ଗା ପଡିଛି। ବିଭାଗୀୟ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କ ସମେତ ଅନ୍ୟ ୨ ଶିକ୍ଷକଙ୍କୁ ବଦଳି କରାଯାଇଛି। ପ୍ରକାଶ ଯେ, ତୁମୁଡିବନ୍ଧ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଋଷି କୁମାର ନାୟକ ଶନିବାର ବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିଥିଲେ। ଖବର ପାଇବା ପରେ ତୁମୁଡିବନ୍ଧ ବିଇଓ ଉଦ୍ଧବ ଚରଣ ନାୟକଙ୍କ ସହିତ ୩ଜଣ ଏବିଇଓ ବିଦ୍ୟାଳୟରେ ପହଞ୍ଚତ୍ଥିଲେ। ତଦନ୍ତ ପରେ ଋଷିଙ୍କ ସମେତ ଅନ୍ୟ ୨ ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁ ଓ ଚିତ୍ତରଞ୍ଜନ ପ୍ରଧାନଙ୍କ ଏହି ଘଟଣାରେ ସମ୍ପୃକ୍ତି ଥିବା ଜଣାପଡିଥିଲା। ସେମାନଙ୍କୁ ବଦଳି କରିଛନ୍ତି ତୁମୁଡିବନ୍ଧ ବିଇଓ। ଚିଠି ନଂ.୧୦୪୫/୨ା୮ା୨୦୧୯ ପ୍ରକାରେ ଏହି ନିର୍ଦ୍ଦେଶ ଆସିଛି। ଋଷିଙ୍କୁ ଦାନୁଙ୍ଗିଆ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ ଦାନୁଙ୍ଗିଆର ଶିକ୍ଷକ ସୀମାଞ୍ଚଳ ନାୟକଙ୍କୁ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରି ଅଣାଯାଇଛି। ପ୍ରଫୁଲ୍ଲଙ୍କୁ ପଡିକିଆ କଲୋନୀ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଅଳକା କୁମାରୀ ନାୟକଙ୍କୁ ଓ ଚିତ୍ତରଞ୍ଜନ ପ୍ରଧାନଙ୍କୁ ଆଠବାଡ଼ି ବିଦ୍ୟାଳୟକୁ ବଦଳି କରାଯାଇଥିବାବେଳେ ତାଙ୍କସ୍ଥାନରେ ଶିକ୍ଷକ ବିମ୍ବାଧର ସାହୁଙ୍କୁ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରି ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri