ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉପାୟ ଅବଲମ୍ବନ କରାଯାଇଛି ା ଏହି ପରିପ୍ରେକ୍ଷୀରେ ରବିବାର ଗଞ୍ଜାମ ନଲେଜ୍‌ ହବ୍‌ର ଶୁଭାରମ୍ଭ ହୋଇଛି। ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ ଗୃହରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଆଇଏଏସ ଓ ଆଇପିଏସ ଅଫିସର ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଜ୍ଞାନ ପ୍ରଦାନ କରିଥିଲେ ା ୨୦୧୩ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ତଥା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଡିଆରଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ୨୦୦୯ ଆଇପିଏସ୍‌ ଅଫିସର ତଥା ଗଞ୍ଜାମ ଏସପି ବ୍ରିଜେଶ କୁମାର ରଏ ଓ ୨୦୧୬ ବ୍ୟାଚ୍‌ର ଆଇଏଏସ ଅଫିସର ତଥା ବ୍ରହ୍ମପୁର ଉପଜିଲାପାଳ ସିନ୍ଦେ ଦତାତ୍ରେୟ ଭାଉସାହେବ ଉପସ୍ଥିତ ଥିଲେ ା ଜିଲାପାଳ ତାଙ୍କ କ୍ୟାରିୟର ଓ ଚାକିରି ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ କହିଥିଲେ। କିଭଳି ସେ ପ୍ରଥମେ ପ୍ରାଥମିକ ଶିକ୍ଷକ ଭାବେ ଚାକିରି ଆରମ୍ଭ କରି ପରେ ସେଲ୍ସ ଟ୍ୟାକ୍ସ ଅଫିସର, ତହସିଲଦାର, ଆସିଷ୍ଟାଣ୍ଟ ସେଲ୍ସ ଟ୍ୟାକ୍ସ କମିଶନର ଏବଂ ବର୍ତ୍ତମାନ ଜିଲାପାଳ ଭାବେ କାର୍ଯ୍ୟ କରୁଛନ୍ତି ସେ ସମ୍ପର୍କରେ ସୂଚନା ଦେଇଥିଲେ ା ନିଜର ପାରିବାରିକ ସ୍ଥିତିକୁ ନ ଦେଖି କଠିନ ପରିଶ୍ରମ କରି ଆଗେଇଲେ ସମାଜରେ ନିଜର ସଫଳତା ପ୍ରଦର୍ଶନ କରିହେବ ବୋଲି ଜିଲାପାଳ କହିଥିଲେ ା ଏସ୍‌ପି ରଏ ତାଙ୍କ ନିର୍ଦ୍ଧିିଷ୍ଟ ଲକ୍ଷ୍ୟ ରଖି ସଫଳତା ପାଇଁ ଆଗେଇ ଚାଲିବାକୁ ଉପସ୍ଥିତ ଛାତ୍ରୀ ଛାତ୍ରଙ୍କୁ ପରାମର୍ଶ ଦେଇଥିଲେ ା ଡିଆରଡିଏ ପିଡି ସ୍ବାଇଁ ୫-ଟି ଉପରେ ବିସ୍ତୃତ ଭାବେ ଛାତ୍ରୀ ଛାତ୍ରଙ୍କୁ ବୁଝାଇବା ସହ ଏହାଦ୍ୱାରା ସଫଳତା ଆପେ ଆପେ ଆସିବ ବୋଲି କହିଥିଲେ ା ଛାତ୍ରୀଛାତ୍ର ମାନେ ମଧ୍ୟ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଆଗକୁ ବିଭିନ୍ନ କ୍ଷେତ୍ରରେ ସଫଳତା ଅଜର୍ନ କରିଥିବା ବ୍ୟକ୍ତିଙ୍କୁ ଡକାଯାଇ ଛାତ୍ରୀଛାତ୍ରଙ୍କୁ ଜ୍ଞାନ ଆହରଣର ସୁଯୋଗ ଦିଆଯିବ ବୋଲି ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri